ଆର୍‌ଟିଇ ସୁବିଧାରୁ ବଞ୍ଚିତ ହେବେ ୩୫ ହଜାର ପିଲା

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ):ରାଜ୍ୟରେ ୩୫ହଜାରରୁ ଊର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ର ଚଳିତବର୍ଷ ଶିକ୍ଷା ଅଧିକାର ଆଇନ(ଆର୍‌ଟିଇ) ଅନୁସାରେ ୨୫% ମାଗଣା ସିଟ୍‌ରେ ନାମ ଲେଖାରୁ ବଞ୍ଚତ୍ତ ହେବେ। ଗତବର୍ଷ ୪,୨୬୪ଟି ବେସରକାରୀ ବିଦ୍ୟାଳୟ ଆର୍‌ଟିଇରେ ପଞ୍ଜୀକରଣ କରିଥିବାବେଳେ ପ୍ରାୟ ୬୦ହଜାରରୁ ଊର୍ଦ୍ଧ୍ୱ ସିଟ୍‌ ଥିଲା। ଫଳରେ ୧୮ହଜାରରୁ ଅଧିକ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିଲେ। ହେଲେ ଚଳିତ ବର୍ଷ ଏଯାଏ ମାତ୍ର ୨,୭୩୦ଟି ବେସରକାରୀ ସ୍କୁଲ ପଞ୍ଜୀକରଣ କରିଛନ୍ତି। ଆଉ ୧,୫୩୪ଟି ବିଦ୍ୟାଳୟ ପଞ୍ଜୀକରଣ କରିନାହାନ୍ତି। ସେଥିପାଇଁ ଉପଲବ୍ଧ ସିଟ୍‌ ସଂଖ୍ୟା ମଧ୍ୟ ୩୩ ହଜାରକୁ ଖସି ଆସିଛି। ଫଳରେ ବହୁ ଆର୍ଥିକ ଅନଗ୍ରସର ପିଲା ଆର୍‌ଟିଇ ସୁବିଧା ପାଇବାରୁ ବଞ୍ଚତ୍ତ ହେବେ। ପଞ୍ଜୀକରଣ ସମୟରେ ସମସ୍ତ ଘରୋଇ ବିଦ୍ୟାଳୟ ପୋର୍ଟାଲରେ ସଂରକ୍ଷଣ ବ୍ୟବସ୍ଥା ଦେଖାଉ ନ ଥିବାରୁ ଆବେଦନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଥିବା ଓଡ଼ିଶା ଅଭିଭାବକ ମହାସଂଘ ଅଭିଯୋଗ କରିଛି। ଏଥିସହ ଏହାର ପ୍ରତିବାଦ ମହାସଂଘ ପକ୍ଷରୁ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଅଭିଯୋଗ ପ୍ରକୋଷ୍ଠ ତଥା ଓସେପା କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଅଭିଯୋଗ ପ୍ରକୋଷ୍ଠରେ ଥିବା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ ଦାଶ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ମିଶ୍ର କହିଛନ୍ତି, ସମସ୍ତ ଘରୋଇ ବିଦ୍ୟାଳୟ ଆର୍‌ଟିଇରେ ପଞ୍ଜୀକରଣ କରିବାକୁ ତାଗିଦ କରାଯାଇଛି। ଆସନ୍ତା ୭ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବା ସହ ଆବେଦନ ଅବଧି ବୃଦ୍ଧି କରାଯିବ ବୋଲି ସେମାନେ କହିଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବାବେଳେ ସମାଧାନ ନ ହେଲେ ପୁଣି ଧାରଣା ଦିଆଯିବ ବୋଲି ମହାସଂଘର ସଭାପତି ବାସୁଦେବ ଭଟ୍ଟ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

ପ୍ରଥମ ଥର ଶକ୍ତିଶାଳୀ ଲେଜର୍ ବେସଡ୍ ଓ୍ୱିପନ୍ ପ୍ରଦର୍ଶନ କଲା ଭାରତ, ଚମକି ପଡ଼ିଲା ବିଶ୍ୱ

ନୂଆଦିଲ୍ଲୀ,୧୩।୪: ଭାରତ ପ୍ରଥମ ଥର ପାଇଁ ଏକ ଡ୍ରୋନକୁ ଖସାଇ ଦେବା ପାଇଁ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍ ବ୍ୟବହାର କରି ଏକ ଭବିଷ୍ୟତରେ ଆବଶ୍ୟକ ଅସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image