ଭୁବନେଶ୍ୱରରୁ ଆଜି ୩୫୪ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୪୬

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୯୫୭୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୨ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୩୫ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Share