ନିର୍ବାଚନ ପୂର୍ବରୁ ସମ୍ବଲପୁର ଜାତୀୟ ରାଜପଥ ପାଇଁ ୩୭୪.୧୭ କୋଟି ମଞ୍ଜୁର

ଭୁବନେଶ୍ୱର,୧୩ା୩(ଅନୁରାଧା ମହାରଣା): କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ସମ୍ବଲପୁର ଜିଲାରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪.୧୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏନେଇ ବିଭାଗୀୟ ମନ୍ତ୍ରୀ ନୀତିନ ଗଡକରୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନାନୁସାରେ, ଇପିସି ମୋଡ୍‌ ବ୍ୟବହାର କରି ସମ୍ବଲପୁରର ଅଇଁଠାପାଲିଠାରେ ୩.୫ କି.ମିର ୬ ଲେନ୍‌ ବିଶିଷ୍ଟ ଫ୍ଲାଏ ଓଭର ଏବଂ ସମ୍ବଲପୁର ଜିଲାର ଜାତୀୟ ରାଜପଥ-୫୩ (ପୂର୍ବରୁ ଜାତୀୟ ରାଜପଥ-୬)ରେ ୨ ଲେନ୍‌ ବିଶିଷ୍ଟ ରୋଡ୍‌ ଓଭର ବ୍ରିଜ୍‌ (ଏଲ୍‌ଏଚ୍‌ଏସ୍‌) ନିର୍ମାଣ ପାଇଁ ୩୭୪.୧୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ୨୦୨୩ ନଭେମ୍ବର ୨୮ରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ସମ୍ବଲପୁର ଜିଲାରେ ସଡ଼କ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅର୍ଥ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଗଡକରୀଙ୍କୁ ଧର୍ମେନ୍ଦ୍ର କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି, ଦେଶର ସଡ଼କପଥ ସମେତ ସମସ୍ତ ଭିତ୍ତିଭୂମିକୁ ସୁଦୃଢ଼ କରିବା ‘ମୋଦି ଗ୍ୟାରେଣ୍ଟି’ ହୋଇଛି। ପ୍ରସ୍ତାବିତ ୬ ଲେନ ବିଶିଷ୍ଟ ଫ୍ଲାଏ ଓଭର ଅଇଁଠାପାଲି ଛକରେ ଟ୍ରାଫିକ ସମସ୍ୟା ଦୂର କରିବା ସହ ଏନ୍‌ଏଚ୍‌-୫୩ରେ ଓଭର ବ୍ରିଜ ନାଗରିକଙ୍କ ଯାତାୟତକୁ ଆହୁରି ଅଧିକ ସୁଗମ କରିବ। ଏଥିସହ ଶିଳ୍ପ କ୍ଷେତ୍ରର ବିକାଶ ହେବା ସଙ୍ଗେସଙ୍ଗେ ଓଡ଼ିଶାର ସାମାଜିକ ଓ ଆର୍ଥିକ ବିକାଶରେ ଦ୍ରୁତ ଅଭିବୃଦ୍ଧି ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri