ଭୂମିହୀନ ୧୮ ଲକ୍ଷ କୃଷକ ପରିବାରକୁ ୩୮୬ କୋଟି ସହାୟତା

ଭୁବନେଶ୍ୱର,୧।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କାଳିଆ’ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରଙ୍କୁ ବୁଧବାର ୩୮୬ କୋଟି ଟଙ୍କାର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି। ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକୃତ ହେବେ। ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସହାୟତା ପାଇବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀ, ଶ୍ରମିକମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତିର ନାଭିକେନ୍ଦ୍ର । ଏ ସମସ୍ତଙ୍କ ତ୍ୟାଗ ହିଁ ଆମ ଅର୍ଥନୀତିକୁ ସମୃଦ୍ଧ କରିଥାଏ । କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀର ତ୍ୟାଗ ଓ ପରିଶ୍ରମ ରହିଛି । ଆମେ ତା’ର ତ୍ୟାଗକୁ ସମ୍ମାନ କରୁ । ତା’ର ସ୍ବାର୍ଥର ସୁରକ୍ଷା ପାଇଁ ଆମ ଲଢ଼େଇ ଜାରି ରହିଛି । ଏମ୍‌.ଏସ୍‌. ସ୍ବାମୀନାଥନ କମିଟିର ସୁପାରିସକୁ କାର୍ଯ୍ୟକାରୀ କରିବା ପାଇଁ ସବୁବେଳେ ଦାବି କରି ଆସିଛି । ଏହା ପୂରଣ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚାଷୀ ହେଉଛନ୍ତି ଆମର ଗର୍ବ ଓ ଗୌରବ । ତେଣୁ ଚାଷୀ ସ୍ବାର୍ଥର ସୁରକ୍ଷା ସବୁବେଳେ ତାଙ୍କର ପ୍ରାଥମିକତା ହୋଇ ରହି ଆସିଛି। କାଳିଆ ଯୋଜନା ଯୋଗୁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଫୁଟିଛି ଓ ମନରେ ଭରସା ଦେଇଛି । ଏଥିପାଇଁ କାଳିଆ ମୋର ସବୁଠାରୁ ପ୍ରିୟ ଯୋଜନା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କୋଭିଡ୍‌ ଲଢ଼େଇରେ ବିଜୟ ପାଇଁ ଚାଷୀମାନେ ସମସ୍ତେ ଟିକା ନେବା ସହିତ କୋଭିଡ୍‌ର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁ କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ନେଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ କରିି କୃଷକମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଛନ୍ତି।
କାର୍ଯ୍ୟକ୍ରମରେ କାଳିଆ ଯୋଜନା ଓ ଭୂମିହୀନ ଚାଷୀମାନଙ୍କ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓଚିତ୍ର ପ୍ରଦର୍ଶନ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। କୃଷି ବିଭାଗ ସଚିବ ଏସ୍‌ . କେ. ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା ଏବଂ ୩୦ ଜିଲାର ଭୂମିହୀନ ଚାଷୀମାନେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri