Categories: ବାଣିଜ୍ୟ

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ ପ୍ରତିଷ୍ଠା ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି। ଏ ସମ୍ପର୍କରେ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ବାବୁରାମ ସ୍ବାଇଁ କହିଥିଲେ, ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆମେ ଧୁମଧାମରେ ବାର୍ଷିକ ଉତ୍ସବ ପାଳନ ସହ ଆମର ଅତି ଆପଣାର ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ରିହାତି ଓ ଅଫର ସହ ବମ୍ପର ଲକି ଡ୍ର ଭଳି ଅନେକ ସୁବିଧା ପ୍ରତିଷ୍ଠାନ ପକ୍ଷରୁ ଯୋଗାଇ ଦିଆଯାଇଥିଲା।

Share