୪ ନକଲି ମାଓବାଦୀ ଗିରଫ

ରାୟଗଡ଼ା,୧୨।୧୨(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ାରୁ ୪ ନକଲି ମାଓବାଦୀଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୨ ମହିଳା ଥିବା ଜଣାପଡିଛି।ଅଭିଯୁକ୍ତମାନେ ମାଓବାଦୀଙ୍କ ନାମରେ ଚିଠି ଓ ହତ୍ୟା ଧମକ ଦେଉଥିଲେ। ଗିରଫ ୪ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ଦେଇଛନ୍ତି ଏସ୍‌ପି ବିବେକାନନ୍ଦ ଶର୍ମା। ଅଭିଯୁକ୍ତମାନେ ହେଲେ କଳାହାଣ୍ଡି ଜିଲା କଲମପୁର ଥାନା ଅଞ୍ଚଳର ଯଶୋବନ୍ତ ନାଏକ(୨୭) ଓ ବର୍ଷା ନାଏକ(୨୫), କାଶୀପୁର ଥାନା ମାଳିଗଁାର ରମେଶ ନାଏକ(୩୨) ଏବଂ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ବୁନ୍ଦିଆ କଲୋନୀର କଲ୍ୟାଣୀ ପଞ୍ଚଭୟା(୩୦)। ଅଭିଯୁକ୍ତମାନଙ୍କଠାରୁ ୪ ଟି ମୋବାଇଲ ଫୋନ୍‌ ଓ ୨ଟି ମାଓବାଦୀ ଚିଠି ଜବତ କରାଯାଇଛି।
ସୂଚନାନୁଯାୟୀ, କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଅଧୀନ ଡିମୁଣ୍ଡି ଗ୍ରାମର ପରମାନନ୍ଦ ନାଏକଙ୍କୁ ମାଓବାଦୀଙ୍କ ପକ୍ଷରୁ ଏକ ଚିଠି ଆସିଥିଲା । ଉକ୍ତ ଚିଠିରେ ତାଙ୍କୁ ୬୦ ଲକ୍ଷ ଟଙ୍କା ଦେବାକୁ କୁହାଯାଇଥିଲା। ଏଥିସହ ଏକ ଅଜଣା ନମ୍ବରରୁ ତାଙ୍କୁ ଫୋନ୍‌ କଲ୍‌ କରି ୬୦ ଲକ୍ଷ ଟଙ୍କା ଦିଅ ନଚେତ୍‌ ଜୀବନରେ ମାରିଦେବାକୁ ଧମକ ମିଳିଥିଲା। ଏହାପରେ ଏ ନେଇ ସେ ଦୋରାଗୁଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ କରିଥିଲା। ତଦନ୍ତରୁ ଏଥିରେ ୪ ଜଣ ସମ୍ପୃକ୍ତି ଥିବା ପୋଲିସ ଜାଣି ସେମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ...

ଗଣମାଧ୍ୟମରେ ଏଆଇ ବ୍ୟବହାରର ତର୍ଜମା ହେଉ: ଏନ୍‌. ରାମ

ଭୁବନେଶ୍ୱର,୨୭ା୧୦(ଅନିଲ ଦାସ): ମିଡିଆ ସଂସ୍ଥାଗୁଡ଼ିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାରର ତର୍ଜମା କରନ୍ତୁ ବୋଲି ‘ଦି ହିନ୍ଦୁ’ର ପୂର୍ବତନ ଏଡିଟର୍‌-ଇନ୍‌-ଚିଫ୍‌ ଏନ୍‌.ରାମ କହିଛନ୍ତି। ଶନିବାର ପ୍ରେସ୍‌...

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା...

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri