ପୁରୀ ପାଇଁ ୪ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୧୬।୧(ଅନିଲଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲା ବିଧାନସଭା ଆସନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ବିଜେଡି ପକ୍ଷରୁ ଏ ନେଇ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ପ୍ରମୋଦ କୁମାର ସାମଲଙ୍କୁ ସତ୍ୟବାଦୀ ଓ ବ୍ରହ୍ମଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଥିବା ବେଳେ କାଶୀନାଥ ରଣାଙ୍କୁ ପୁରୀ ଓ କାକଟପୁର, ପ୍ରତାପ ଚନ୍ଦ୍ର ମଲ୍ଲିକଙ୍କୁ ପିପିଲି ଏବଂ ଭୂପେଶ ଚନ୍ଦ୍ର ପ୍ରଧାନଙ୍କୁ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି।