୪ ଶିଶୁ ଯୌନ ନିର୍ଯାତନା ମାମଲା: ସମସ୍ତ ଦୋଷୀଙ୍କୁ ମିଳିଲା ଦଣ୍ଡ

ଛତ୍ରପୁର,୧୫।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଘଟିଥିବା ୪ ଶିଶୁ ଯୌନ ନିର୍ଯାତନା ମାମଲାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ଦଣ୍ଡିତ କରିଛନ୍ତି।

ପୋଲିସ ସୂଚନା ମୁତାବକ, ଶିଶୁଙ୍କୁ ଯୌନ ନିର୍ଯାତନା ନେଇ ବଡ଼ଗଡ଼ ଥାନାରେ ୨୦୨୩ ଫେବୃଆରୀ ୧୧ତାରିଖରେ ଏକ ମାମଲା(ନମ୍ବର ୮୧) ରୁଜୁ ହୋଇଥିଲା। ସେହିପରି କବିସୂର୍ଯ୍ୟନଗର ଥାନାରେ ୨୦୨୦ ଡିସେମ୍ବର ୫ତାରିଖରେ ରୁଜୁ ମାମଲା(ନମ୍ବର ୩୩୪)ରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଦାଷୀ ସାବ୍ୟସ୍ତ କରି ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ହିଞ୍ଜିଳି ଥାନାରେ ୨୦୨୧ ଫେବୃଆରୀ ୧୪ରେ ରୁଜୁ ମାମଲା (ନମ୍ବର ୫୮)ରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ ସହ ୫ ହଜାର ଟଙ୍କା ଜରିମାନା କରାଯାଇଛି।

ଭଞ୍ଜନଗର ଥାନା ଅଞ୍ଚଳରେ ଜୈନକ ୯ବର୍ଷର ଶିଶୁଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ୨୦୨୩ ଅକ୍ଟୋବର ୧୦ରେ ଏକ ମାମଲ(ନମ୍ବର୯୪୨) ରୁଜୁ ହୋଇଥିଲେ। ଘଟଣାରେ ସମ୍ପୃକ୍ତ ୨୬ବର୍ଷର ଅଭିଯୁକ୍ତଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ୨୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଛନ୍ତି। ଏପରୀ କି ୫ ହଜାର ଟଙ୍କା ଜରିମାନା କରାଯାଇଛି। ସମସ୍ତ ୪ଟି ମାମଲାରେ ପୋକସୋ ଆକ୍ଟରେ ପୋଲିସ ମାମଲା ରୁଜୁ କରିଥିଲା। ଉକ୍ତ ମାମଲାଗୁଡିକର ତଦନ୍ତକାରୀ ଅଫିସର ତଥା ତତ୍କାଳୀନ ବଡ଼ଗଡ଼ ଥାନାର ଏସ୍‌ଆଇ ସତ୍ୟବ୍ରତ ସାହୁ, କବିସୂର୍ଯ୍ୟନଗର ଥାନା ଇନ୍ସପେକ୍ଟର ପ୍ରଭାତ ସାହୁ, ହିଞ୍ଜିଳି ଥାନାର ଏସ୍‌ଆଇ ଶରତ ଚନ୍ଦ୍ର ରୟ ଏବଂ ଭଞ୍ଜନଗର ଥାନାର ଏସ୍‌ଆଇ କେଶବ ଷଡ଼ଙ୍ଗୀଙ୍କ ସଠିକ ତଦନ୍ତ ଯାଗୁ ଏହି ସଫଳତା ମିଳିଛି ଏବଂ ଏଥିପାଇଁ ଗଞ୍ଜାମ ଏସ୍‌ପି ସୋସିଆଲ ମିଡ଼ିଆରେ ପୋଷ୍ଟ କରି ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ...

ଶିଶୁ ଯୌନ ନିର୍ଯାତନା ମାମଲା: ୩ ଅଭିଯୁକ୍ତଙ୍କୁ ୨୦ବର୍ଷ, ଜଣଙ୍କୁ ୩ ବର୍ଷ ଜେଲ

ଛତ୍ରପୁର,୧୬ା୩ (ସନ୍ତୋଷ ପାଢ଼ୀ ): ଗଞ୍ଜାମ ପୋଲିସ ଜ଼ିଲାରେ ଘଟିଥିବା ୪ଟି ଶିଶୁ ଯୌନ ନିର୍ଯାତନା ମାମଲାର ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେଇଛନ୍ତି। ସେମାନଙ୍କୁ ଦଣ୍ଡାଦେଶ...

ପୁଞ୍ଜିପତିଙ୍କୁ ସୁହାଉଛି କୃଷି ନୀତି, ଋଣଗ୍ରସ୍ତ ହୋଇ ଚାଷୀ ଆପଣାଉଛନ୍ତି…

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସାୟଂ ଖେଳ ପଡ଼ିଆରେ ସୋମବାର ରାଜ୍ୟସ୍ତରୀୟ କିଷାନ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପରିପ୍ରେକ୍ଷୀରେ...

ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ ଯୁବକ, ଅସ୍ବୀକାର କରିବାରୁ ଭାଇରାଲ କରିଦେଲେ ଫଟୋ

ରାଉରକେଲା,୧୬।୩(ସଙ୍ଗୀତା ଜେନା): ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଯୁବତୀ ଜଣଙ୍କ ଥାନାର ଦ୍ୱାରସ୍ଥ ହୋଇଛନ୍ତି।...

ମଇଁଷି ଚୋରି ଅଭିଯୁକ୍ତ କୋର୍ଟ ଚାଲାଣ

ଲାଞ୍ଜିଗଡ଼, ୧୬ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ବଳଭଦ୍ର ଗ୍ରାମରୁ ବୁଧବାର ରାତିରେ ଦୁଇଗୋଟି ମଇଁଷି ଚୋରି ଅଭିଯୋଗରେ...

ଚକୋଲେଟ୍‌ ଦେଇ ଶିଶୁକୁ କରିନେଲେ ଅପହରଣ

ବଡ଼ମ୍ବା,୧୬ା୩(ମାୟାଧର ମଲ୍ଲିକ): ଚକୋଲେଟ ଦେଇ ଶିଶୁ ଅପହରଣ କରାଯାଇଥିବା ଘଟଣାକୁ ନେଇ ବଡ଼ମ୍ବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅବଶ୍ୟ ଅପହରଣ ଶିଶୁଟି ରବିବାର ବଡ଼ମ୍ବା...

୬୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬ା୩(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ଭଦ୍ରାଦ୍ରି କତାଗୁଡେମ ଜିଲା ପୋଲିସ ନିକଟରେ ଛତିଶଗଡ ବିଜାପୁର ଓ ସୁକ୍‌ମାର ୬୪ ମାଓବାଦୀ ରବିବାର ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଓ...

ଭକ୍ତିମୟ ପରିବେଶରେ ହରିହରାନନ୍ଦ ଅରଣ୍ୟା, ସତ୍‌ସଙ୍ଗରେ ସାମିଲ ହେଲେ ହଜାର ହଜାର ସାଧୁସନ୍ଥ

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ତୁଳସୀପୁର ଗ୍ରାମରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍‌ବ ପରିମିତ ଜମିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image