ଭୁବନେଶ୍ୱର,୧୨ା୪(ବ୍ୟୁରୋ): ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଉପରମୁହଁା ରହିଛି। ୪ଟି ସହର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୧ ସହର ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବାରିପଦାରେ ସର୍ବାଧିକ ତାପମାତ୍ରା ୪୨.୬ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୨.୪, ବଲାଙ୍ଗୀର ୪୨.୫, ସୋନପୁର ୨୧.୧, ଅନୁଗୋଳ ୪୧.୯, ସମ୍ବଲପୁର ୪୧.୪, ସୁନ୍ଦରଗଡ଼ ୪୧, ହୀରାକୁଦ ୪୦.୯, ତାଳଚେର ୪୦.୨, ଭବାନୀପାଟଣା ୪୦.୮ ଏବଂ ତାଳଚେରରେ ୪୧.୬ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବାଲେଶ୍ୱର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।