ଭୁବନେଶ୍ୱର,୨୬।୦୨(ବ୍ୟୁରୋ): ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବରଗଡ଼ ଜିଲାରୁ ଜଣେ ଲେଖାଏ ରହିଛନ୍ତି ।