ଖୋଲିଲା ହୀରାକୁଦର ୪ଟି ଡ୍ୟାମ୍‌

ସମ୍ବଲପୁର ୨୫। ୭: ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌ ମଙ୍ଗଳବାର ଖୋଲାଯାଇଛି। ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୪.୦୪ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୫୦ ହଜାର ୭୯୯ କ୍ୟୁସେକ ଜଳ ପ୍ରବେଶ କରୁଛି । ଜଳଭଣ୍ଡାରରୁ ୧ ଲକ୍ଷ ୫୮ ହଜାର ୮୨୫ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ସୁଦ୍ଧା ୧୨ଟି ଗେଟ୍‌ ଖୋଲା ଯାଇଛି।

Share