ଆହୁରି ବର୍ଷିବ ୪ଦିନ

ଭୁବନେଶ୍ୱର, ୭।୮(ବ୍ୟୁରୋ)-ଉତ୍ତର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଏହି ୪ଦିନ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୮ତାରିଖ ଦିନ ଜଗତସିଂହପୁର, ପୁରୀ, ଗଞ୍ଜାମ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ତେବେ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ଏଥିପାଇଁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବଜ୍ରପାତ ନେଇ ଏସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କିନ୍ତୁ ୯ ଓ ୧୦ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୯ତାରିଖରେ କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାଥିବାବେଳେ ନୂଆପଡ଼ା, ରାୟଗଡ଼ା, ଗଜପତି, ପୁରୀ, ବରଗଡ଼, ସୋନପୁର, ସମ୍ବଲପୁରରେ ପ୍ରବଳ ବର୍ଷା ହେବ। ସେହିପରି ୧୦ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ନୟାଗଡ଼, ନବରଙ୍ଗୁପର, ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି, ପୁରୀ, ଖୋର୍ଦ୍ଧା ସୋନପୁର, ସମ୍ବଲପୁର, ଅନୁଗୋଳରେ ପ୍ରବଳ ବର୍ଷା ହେବ। ସେହିପରି ୧୧ତାରିଖରେ ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ମାଲକାନଗିରିରେ ପ୍ରବଳ ବର୍ଷା ହେବ।

Share