Posted inରାଜ୍ୟ

‘ଦାନା’ ଯୋଗୁ ରାଜ୍ୟର ୪ଟି ଜିଲା ଅଧିକ ପ୍ରଭାବିତ ହେବା ଆଶଙ୍କା

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତ୍‌ସିଂହପୁର ଓ ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ରେଡୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜନଗର, ଧାମରା ଓ ପାରାଦ୍ୱୀପର କିଛି ଅଞ୍ଚଳରେ ବର୍ଷା ହେଉଛି । ସେହିଭଳି ଗୁରୁବାର ମୟୂରଭଞ୍ଜ, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ ଗଞ୍ଜାମ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଶୁକ୍ରବାର ଦିନ ମଧ୍ୟ କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ବାତ୍ୟା ସମ୍ପର୍କରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ବାତ୍ୟା ପ୍ରଭାବ ବିଶେଷ କରି କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱରରେ ରହିବ। ସମ୍ଭାବ୍ୟ ବାତ୍ୟା ପାଇଁ ଧାମରା ଓ ପାରାଦ୍ୱୀପ ବନ୍ଦର ଲାଗି ୪ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବାବେଳେ ପୁରୀ ପାଇଁ ୧୦ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ଅପରପକ୍ଷରେ ବାତ୍ୟାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୩ ଦିନ ପାଇଁ ୨୨୦ରୁ ଉର୍ଦ୍ଧ ଟ୍ରେନ୍ ବାତିଲ କରାଯାଇଛି।

ଅନ୍ୟପକ୍ଷରେ ବାତ୍ୟାର ପ୍ରଭାବକୁ ଦୃଷ୍ଟିରେ ରଖି କଟକ ବଡ଼ମେଡିକାଲର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ମେଡିକାଲରେ ଆବଶ୍ୟକ ମୁତାବକ ଔଷଧ, ହାଲୋଜିନ୍‌ ବଟିକା, ଓଆରଏସ୍‌, ପାନୀୟଜଳ, ନିରବଚ୍ଛିନ୍ନ ବିଦୁ୍ୟତ ସେବା ଆଦି ସୁନିଶ୍ଚିତ କରିବାକୁ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ଏହା ସହ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ୨୪ ଘଣ୍ଟିଆ ଡାକ୍ତରୀ ସେବା ଯୋଗାଇ ଦେବାକୁ ମେଡିକାଲ ପ୍ରସ୍ତୁତ ଥିବା ନେଇ ମେଡିକାଲ କୁଳସଚିବ କହିଛନ୍ତି ।

ଅନ୍ୟପଟେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଥିବା ବେଳେ କଣ୍ଟ୍ରୋଲ ରୁମ୍‌ ନମ୍ବର ଗୁଡ଼ିକ ୦୬୭୧-୨୪୨-୨୦୩୨ ଓ ୨୯୯-୨୮୦୦ ଜାରି କରାଯାଇଛି । ବାତ୍ୟା ଭିତରକନିକା ଜାତୀୟ ଉଦ୍ୟାନରେ କ୍ଷତି ପହଁଞ୍ଚାଇବାର ସମ୍ଭାବନା ଥିବାରୁ ସେଠାରେ ବନ କର୍ମଚାରୀଙ୍କୁ ଆଗୁଆ ପଦକ୍ଷେପ ନେବା ପାଇଁ ନିଦେ୍ର୍ଦଶ ଦିଆଯାଇଛି । କୁମ୍ଭୀର ଯେପରି ବାହାରକୁ ନ ଆସନ୍ତି ସେ ନେଇ ପଦକ୍ଷେପ ନେବାକୁ କୁହାଯାଇଛି । ବାତ୍ୟା ସମୟରେ ପ୍ରାଣୀଙ୍କ ଖାଦ୍ୟ ଓ ଚିକିତ୍ସା ପାଇଁ ସରକାରଙ୍କ ପକ୍ଷରୁ ଟୋଲ ଫ୍ରି ନମ୍ବର-୧୯୬୨ ଜାରି କରାଯାଇଛି । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବୁଲା ପଶୁଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ ଜନସାଧାରଙ୍କୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ...

ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା...

ଶିଶୁଭବନ ଅନ୍ଧାର, ଗରମରେ ଛଟପଟ ହେଲେ ଶିଶୁରୋଗୀ

କଟକ,୨୩ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଶିଶୁଭବନ ପୁରୁଣା ବିଲ୍ଡିଂରେ ଲାଇନ ନ ଥିବାରୁ କିଛି ସମୟ ଧରି ଅନ୍ଧାର ରହିଥିଲା। ଅନ୍ଧାରରେ ଶିଶୁରୋଗୀ ଓ ଅଭିଭାବକ ନାହିଁ...

ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି: ଚଳିତ ବର୍ଷ କିଣାଯିବ ଏତିକି କୁଇଣ୍ଟାଲ ଧାନ

ଭୁବନେଶ୍ୱର,୨୩।୧୦: ଖରିଫ ବିପଣନ ବର୍ଷ (ଧାନ ସଂଗ୍ରହ ବର୍ଷ), ୨୦୨୪-୨୫ ଅକ୍ଟୋବର ୧, ୨୦୨୪ ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦, ୨୦୨୫ ରେ ସମାପ୍ତ...

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍‌ବାହିନୀରେ ରହି କରୁଥିଲେ…

ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ...

ଭୀଷଣ ବାତ୍ୟା ରୂପ ନେଇ ମାଡ଼ିଆସୁଛି ‘ଦାନା’, ସତର୍କ ସୂଚନା ଜାରି

ଭୋଗରାଇ,୨୩ା୧୦(ପ୍ରଦୀପ ଦାସ): ପୂର୍ବ ମଧ୍ୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ‘ଦାନା’ ନାମିତ ସାମୁଦ୍ରିକ ଝଡ଼ ଅତି ଭୀଷଣ ବାତ୍ୟା ରୂପନେଇ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେଉଥିବା...

‘ଦାନା’ ପାଇଁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ...

ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri