ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର ୪ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ କେନ୍ଦୁଝର-ମୟୁରଭଞ୍ଜ ଜିଲାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବର୍ଷା ଜଳରେ ପୋଲ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା କ୍ରେନ୍‌ ଭାସି ଯାଇଛି। ଅନ୍ୟପକ୍ଷେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମୋଟର ଅଟକି ରହିଛି।

Share