Posted inଜାତୀୟ

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି ତଳକୁ ଖସି ପଡିଛି। ଦୁର୍ଘଟଣାରେ ୪ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ ଆହତ ହୋଇଥିବା ଜଣାପଡିଛି।
ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଅନ୍ୟପକ୍ଷେ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ସୂଚନା ଯୋଗ୍ୟ, ଜମ୍ମୁ-କଶ୍ମୀର ବିଧାନସଭା ନିବାଚନର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏକ ବସ୍‌ ଯୋଗେ ୩୬ଜଣ ଯବାନ ବୁଦ୍ଧଗାମ ଅଞ୍ଚଳକୁ ଯାଉଥିଲେ। ହେଲେ ବୁଦ୍ଧଗାମ ଜିଲା ୱାଟରହାଲର ବ୍ରେଲ୍‌ ନିକଟରେ କୌଣସି କାରଣରୁ ବସ୍‌ଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସି ପଡିଥିଲା। ଫଳରେ ୪ଜଣଙ୍କ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଯବାନ ଆହତ ହୋଇଥିବା ସୂଚନା ମଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri