୪ ମାଓବାଦୀ ଗିରଫ

ରାୟଗଡ଼ା,୧୨।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ମଙ୍ଗଳବାର ୪ ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ମାଓବାଦୀମାନେ ହେଲେ ମୁନିୁଗଡ଼ା ବ୍ଲକ କାଡ୍ରାପାଙ୍ଗା ଗ୍ରାମର ନୂଆମାଝି କାଡ୍ରାକା, ପାଟରାଣୀ ଗ୍ରାମର ରାଗିଡ଼ି ଗାଗରାଙ୍ଗା, ବଡ଼ଡେଙ୍ଗୁଣି ଗ୍ରାମର ବଇ କରକରିଆ ଓ ଚନ୍ଦ୍ରପୁର ବ୍ଲକ ଗୁନାଖାଲ ଗ୍ରାମର ପାଗୁଡ଼ା କିମ୍ବାକା। ମୁନିଗୁଡ଼ା ପୋଲିସ ଏକ ମାମଲା ରୁଜୁକରି ସମସ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜିଲା ପୋଲିସ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ପୋଲିସ ସୂଚନା ଅନୁଯାୟୀ, ଗିରଫ ଅଭିଯୁକ୍ତମାନେ ଗତ କିଛିଦିନ ହେବ ମାଓବାଦୀଙ୍କୁ ବିଭିନ୍ନ ପ୍ରକାର ସହାୟତା କରିଆସୁଥିଲେ। ଜଙ୍ଗଲ ଭିତରେ ମାଓବାଦୀ ସଙ୍ଗଠନର ସଭ୍ୟାସଭ୍ୟଙ୍କ ରହିବା ଓ ଖାଇବା ବ୍ୟବସ୍ଥା ସହ ପୋଲିସର ସ୍ଥିତି ସମ୍ପର୍କରେ ସୂଚନା ଦେଉଥିଲେ। ସିପିଆଇ (ମାଓବାଦୀ) ସଙ୍ଗଠନର ରୀତା, ନିଖିଲ ଓ ବଣ୍ଟିଙ୍କ ମୁଖ୍ୟ ସୂଚନାଦାତା ଏବଂ ସହଯୋଗୀ ଭାବେ କାର୍ଯ୍ୟ କରୁଥିବା ପୋଲିସ ଗୋଇନ୍ଦା ସୂତ୍ରରୁ ଜାଣିବାକୁ ପାଇବା ପରେ ଅଚାନକ ଚଢ଼ାଉ କରାଯାଇ ସେମାନଙ୍କୁ ଗିରଫ କରାଯାଇଛି।
ପ୍ରକାଶ ଥାଉକି, ଗତ କିଛିଦିନ ହେବ ମୁନିଗୁଡ଼ା, ଅମ୍ବାଦଳା ଓ ଚନ୍ଦ୍ରପୁର ଥାନା ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇବାରେ ଲାଗିଛି। ଗତ ୧ ତାରିଖରେ ମୁନିଗୁଡ଼ା ଥାନା ଅନ୍ତର୍ଗତ ଦେଓକୁପୁଲି ଗାଁ ନିକଟରେ ଥିବା ଠିକା କ୍ରଶର ଉପରେ ମାଓବାଦୀମାନେ ଆକ୍ରମଣ କରି ୯ଟି ଗାଡ଼ି ପୋଡ଼ିଦେଇଥିଲେ। ସେହିପରି ମାଓବାଦୀମାନେ ଲଗାତର ସେହି ଅଞ୍ଚଳରେ ଧମକପୂର୍ଣ୍ଣ ବ୍ୟାନର ଓ ପୋଷ୍ଟର ଲଗାଇ ବିଭିନ୍ନ ଚେତାବନୀ ଦେଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ ଭିତରେ ନୂଆ ବିଡ଼ିଓ, ସ୍ବାଗତ କଲେ ଶହ ଶହ ଲୋକ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ଦାରିଙ୍ଗବାଡିରେ ନୂଆ ବିଡ଼ିଓ ପ୍ରୀତିରଞ୍ଜନ ରଥ କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ଭେଟିବାକୁ ଲୋକଙ୍କ ବ୍ଲକ କାର୍ଯ୍ୟାଳୟରେ ଭିଡ଼ ଦେଖିବାକୁ ମିଳିଛି। କଂଗ୍ରେସର...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

ମଦ ବିରୋଧରେ ଅଣ୍ଟାଭିଡ଼ିଲେ ୬ ଗାଁର ମହିଳା

ଅମରପାଲି,୨୮ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ଅବାଧରେ ଦେଶୀ ବିଦେଶୀ ମଦ ବିକ୍ରି ଚାଲିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ...

ଶପଥ ନେଲେ ଦାରିଙ୍ଗବାଡି ଥାନା ପୋଲିସ: ଦୁର୍ନୀତି କରିବାନି କି ହେବାକୁ ଦେବାନି

ଦାରିଙ୍ଗବାଡି, ୨୮।୧୦(ଅରୁଣ ସାହୁ ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏ ନେଇ ସଚେତନ କରାଯାଉଛି। ଏହି କ୍ରମରେ...

ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର

ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ...

ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍‌, ଯାତ୍ରୀ ହନ୍ତସନ୍ତ

ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍‌ ସେବା ବନ୍ଦ କରାଯାଇଛି। ମୋ’ ବସ୍‌ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍‌।...

ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ

ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା...

ନୂଆ ବିଡିଓଙ୍କୁ ଭେଟିଲେ ବ୍ଲକ ଅଧ୍ୟକ୍ଷ-ସମିତିସଭ୍ୟ, ଅଞ୍ଚଳର ବିକାଶ ପାଇଁ…

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ନୂଆ ଭାବରେ ଯୋଗ ଦେଇଥିବା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ସ୍ବାଗତ ଜଣାଇଛନ୍ତି ଅଧ୍ୟକ୍ଷ ଏବଂ ସମତିସଭ୍ୟାସଭ୍ୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri