ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ରସାୟନ ବିଜ୍ଞାନର ୨ ଛାତ୍ର, ଏମ୍‌ସିଏ ଏବଂ ଅର୍ଥନୀତି ବିଭାଗରୁ ଜଣେ ଲେଖାଏ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି।

Share