Categories: ଜାତୀୟ

୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୨୪।୨: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେଶନ ସମୟରେ ୪ ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ଦକ୍ଷିଣ କଶ୍ୱୀର ଅନନ୍ତନାଗର ଶ୍ରୀଗୁଫଓ୍ବାରାର ଶାଲଗୁଲ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚିଥିବା ଖବର ମିଳିଥିଲା। ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରିଥିଲେ। ତେବେ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିବାରୁ ବାଧ୍ୟ ହୋଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Share