ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ହତ୍ୟାକାଣ୍ଡର ଶୁଣାଣି କରି ଅଭିଯୁକ୍ତ ସଞ୍ଜୀବ କେରକେଟା(୪୦)ଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ୨୧ ଅକ୍ଟୋବର ୨୦୧୬, ରାତିରେ ନାବାଳିକା ଜଣକ ଘରେ ନିଜ ମା’ ପାଖରେ ଶୋଇଥିଲେ। ସେତିକିବେଳେ ଅଭିଯୁକ୍ତ ସଞ୍ଜୀବ କୌଶଳ କ୍ରମେ ତାଙ୍କୁ ଅପହରଣ କରି ନେଇ ଏକ ନିର୍ମାଣାଧୀନ କୋଠା ଭିତରେ ବଳାତ୍କାର କରିବା ପରେ ହତ୍ୟା କରି ଫେରାର ହୋଇଯାଇଥିଲେ। ତା’ ପରଦିନ ସକାଳେ ନାବାଳିକାଙ୍କ ମା’ ଝିଅଙ୍କୁ ନ ପାଇ କେହି ଜଣେ ଘରେ ପଶି ଝିଅଙ୍କୁ ଅପହରଣ କରି ନେଇଥିବା ଥାନାରେ ଅଭିଯୋଗ କରିଥିଲେ।

ପ୍ରଥମେ ଟାଉନ ଥାନା ପୋଲିସ ଏକ ଅପହରଣ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଘଟଣାର ୩ଦିନ ପରେ ନିଖୋଜ ଶିଶୁକନ୍ୟାଙ୍କ ଗଳିତ ମୃତଦେହ ନିର୍ମାଣାଧୀନ କୋଠାରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଦତନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଅଭିଯୁକ୍ତ ସଞ୍ଜୀବଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ପୋଲିସ ଜେରା ପରେ ଅଭିଯୁକ୍ତ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ପରେ ହତ୍ୟା କରିଥିବା ନେଇ ସ୍ବୀକାର କରିଥିଲେ।

ଏନେଇ ପୋଲିସ ଏକ ବଳାତ୍କାର, ହତ୍ୟା ମାମଲା(ନଂ.୨୮୪/୨୦୧୬) ରୁଜୁ କରି ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରି କୋର୍ଟ ଚାଲାଣ କରିଥିଲା। ପୋକ୍ସୋ କୋର୍ଟ ଜଜ୍‌ ବ୍ୟବଚ୍ଛେଦ ରିପୋର୍ଟ ଏବଂ ୩୫ଜଣ ସାକ୍ଷ୍ୟଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଫାଶିଦଣ୍ଡା ଦେଶ ଶୁଣାଇଛନ୍ତି। ଏଥିସହିତ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ପିଡୀତା ଶିଶୁକନ୍ୟାଙ୍କ ପରିବାର ଲୋକଙ୍କୁ ୧୦ଲକ୍ଷ ଟଙ୍କା ଅନୁକମ୍ପା ମୂଳଳ ସହାୟତା ରାଶି ପ୍ରଦାନ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମାମଲାକୁ ସରକାରଙ୍କ ପକ୍ଷରୁ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ପବି୍ଲକ ପ୍ରସିକ୍ୟୁଟର ଦେବାଶିଷ ମିଶ୍ର ପରିଚାଳନା କରୁଥିଲେ। ମାମଲାରେ ଜିଲା ଓକିଲ ସଙ୍ଘର ନିଷ୍ପତ୍ତି କ୍ରମେ ଅଭିଯୁକ୍ତଙ୍କ ସପକ୍ଷରେ କୌଣସି ଓକିଲ ଲଢି ନ ଥିଲେ। ଅଭିଯୁକ୍ତଙ୍କ ବିରୋଧରେ ସୁନ୍ଦରଗଡ଼ ପୋକ୍ସୋ କୋର୍ଟର ଏହି କଠୋର ଦଣ୍ଡାଦେଶ ସମାଜରେ ଘଟୁଥିବା ଏଭଳି ଅମାନବୀୟ ଘଟଣା ପାଇଁ ଏକ ଦୃଷ୍ଟାନ୍ତ ମୂଳକ ରାୟ ବୋଲି ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ମିଶ୍ର ପ୍ରକାଶ କରିବା ସହ ପୀଡିତାଙ୍କ ପରିବାର ଲୋକଙ୍କୁ ନ୍ୟାୟ ମିଳିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri