Posted inଜାତୀୟ

ବନ୍ଦରରେ ୪୦ ମାଛଧରା ଡଙ୍ଗା ଜଳିଗଲା

ବିଶାଖାପଟନମ୍‌,୨୦ା୧୧: ବିଶାଖାପଟନମ୍‌ର ଏକ ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରାୟ ୪୦ଟି ମତ୍ସ୍ୟଜୀବୀ ଡଙ୍ଗା ପୋଡ଼ି ପାଉଁଶ ହୋଇଯାଇଛି। ରବିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମତ୍ସ୍ୟଜୀବୀମାନେ ସନ୍ଦେହ କରୁଛନ୍ତି ଯେ, କିଛି ଅପରାଧୀ ଡଙ୍ଗାରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୩୦ କୋଟି ଟଙ୍କାର କ୍ଷତି ଘଟିଛି।

Video: Nearly 40 Boats Gutted In Massive Fire At Andhra's Visakhapatnam Fishing Harbour, Locals Suspect Foul Play

ମତ୍ସ୍ୟଜୀବୀ ଏବଂ ସ୍ଥାନୀୟ ପୋଲିସର କହିବା ଅନୁସାରେ, ପ୍ରଥମେ ଗୋଟିଏ ଡଙ୍ଗାରେ ନିଆଁ ଲାଗିବା ପରେ ପାଖକୁ ପାଖ ଲାଗି ରହିଥିବା ଅନ୍ୟ ସବୁ ଡଙ୍ଗାକୁ ବ୍ୟାପି ଯାଇଥିଲା। ଡଙ୍ଗାରେ ଗ୍ୟାସ୍‌ି ସିଲିଣ୍ଡର ଥିବାରୁ ଖୁବଶୀଘ୍ର ନିଆଁ ବ୍ୟାପିଯିବା ସହ ସିଲିଣ୍ଡର ଫାଟି ବିରାଟ ବିସ୍ଫୋରଣ ଘଟିଥିଲା। ସିଲିଣ୍ଡରଗୁଡିକ ଏପରି ଫାଟିଥିଲା ଯେ, ଏହାର ଶବ୍ଦରେ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଅଗ୍ନିଶମ ବାହିନୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏନେଇ ପୋଲିସ ପକ୍ଷରୁ ଏକ ମାମଲା ମଧ୍ୟ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମନ୍‌ କି ମାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୂହୁର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri