Categories: ଜାତୀୟ

ଦୈନିକ ସଂକ୍ରମଣ ୪ ଶହ ..

.ନୂଆଦିଲ୍ଲୀ, ୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୮ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୪୦୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪୭୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୩ ଥିଲା ା ଏହି ସମୟରେ ସକ୍ରିୟ ମାମଲା ୭ ହଜାର ୧୦୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ହଜାର ୬୨୩ ଥିଲା। ସେହିପରି ୨୪ ଘଣ୍ଟାରେ ୯୨୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯୫୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୪୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୭ ହଜାର ୩୩୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୪୮ ହଜାର ୩୯୨ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share