୧୦ ବର୍ଷରେ ଦାଦନରେ ମୃତ୍ୟୁବରଣ କରିଛନ୍ତି ୪୦୩: ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୪ା୧୨(ଅନିଲ ଦାସ):ଓଡ଼ିଶାରୁ ବାହାର ରାଜ୍ୟକୁ ଗତ ୧୦ବର୍ଷରେ ଦାଦନ ଖଟିବାକୁ ଯାଇଥିବା ଲୋକଙ୍କ ମଧ୍ୟରୁ ୪୦୩ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ସେ ଏହି ତଥ୍ୟ ରଖିଛନ୍ତି। ଏଥିମଧ୍ୟରେ ଗଞ୍ଜାମର ସର୍ବାଧିକ ୫୯ଜଣଙ୍କ ମୃତ୍ୟୁ ହୋଇଥିବାବେଳେ କଳାହାଣ୍ଡିରେ ୩୯, ବଲାଙ୍ଗୀରରେ ୩୫, କନ୍ଧମାଳରେ ୩୨ ଏବଂ ରାୟଗଡ଼ା ଜିଲାରେ ୨୮ଜଣଙ୍କ ମୃତ୍ୟୁ ଘଟିଛି। ୨୦୧୫ରୁ ୨୦୨୪ ନଭେମ୍ବର ୨୭ ମଧ୍ୟରେ ହୋଇଥିବା ମୃତ୍ୟୁର ତଥ୍ୟ ମନ୍ତ୍ରୀ ଗୃହରେ ରଖିଛନ୍ତି। ମନ୍ତ୍ରୀ ସିଂଖୁଣ୍ଟିଆ କହିଛନ୍ତି, ଇଣ୍ଟର ଷ୍ଟେଟ ମାଇଗ୍ରାଣ୍ଟ ଓ୍ବାର୍କମେନ୍‌(ରେଗୁଲେଶନ ଅଫ୍‌ ଏମ୍ପ୍ଲୟମେଣ୍ଟ ଆଣ୍ଡ୍‌ କଣ୍ଡିଶନସ ଅଫ୍‌ ସର୍ଭିସ) ଅନୁସାରେ ୨୦୧୪ରେ ଲେବର କଣ୍ଟ୍ରାକ୍ଟରଙ୍କୁ ୩୮୮ ଲାଇସେନ୍ସ ରାଜ୍ୟ ସରକାର ପ୍ରଦାନ କରିଥିଲେ। ସରକାରୀ ତଥ୍ୟ ଅନୁସାରେ ସେହି ୨୬,୩୯୭ ଶ୍ରମିକ ବାହାର ରାଜ୍ୟକୁ କାର୍ଯ୍ୟ କରିବାକୁ ଯାଇଥିଲେ। ୨୦୨୪ରେ ୮୮୩ ଲାଇସେନ୍ସ ମାଧ୍ୟମରେ ୬୦,୬୮୩ ଶ୍ରମିକ ଓଡ଼ିଶାରୁ ବାହାର ରାଜ୍ୟକୁ କାମ କରିବାକୁ ଯାଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ଦାଦନ ସମସ୍ୟା ଦୂର କରିବା ପାଇଁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି। ଏହା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କାର୍ଯ୍ୟ କରିବ।
ହେଲେ ଦାଦନ ମୃତ୍ୟୁ ନେଇ ମନ୍ତ୍ରୀ ଦେଇଥିବା ତଥ୍ୟ ଏବଂ ବାସ୍ତବତା ମଧ୍ୟରେ ତାଳମେଳ ନ ଥିବା ଜଣାପଡ଼ିଛି। ବଲାଙ୍ଗୀର ଜିଲାରେ ଗତ ୧୦ବର୍ଷରେ ୩୫ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବାବେଳେ ଏହି ଜିଲାରୁ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କ ମଧ୍ୟରୁ ବର୍ଷକୁ ପ୍ରାୟ ୨୫ଜଣଙ୍କ ବିଭିନ୍ନ କାରଣରୁ ମୃତ୍ୟୁ ହେଉଛି। ସେହିପରି ରାୟଗଡ଼ା ଜିଲାରୁ ଦାଦନ ଖଟିବାକୁ ଯାଇଥିବା ଲୋକଙ୍କ ମଧ୍ୟରୁ ଗତ ୪ ବର୍ଷରେ ପ୍ରାୟ ୩୦ରୁ ୪୦ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଆଦି ଜିଲାରୁ ଅଧିକାଂଶ ଲୋକ ଦାଦନ ଖଟିବାକୁ ବାହାରକୁ ଯାଉଥିବାବେଳେ ସେମାନଙ୍କ ତଥ୍ୟ ରାଜ୍ୟ ସରକାରଙ୍କ ପାଖରେ ରହୁ ନାହିଁ। ତେଣୁ ପ୍ରକୃତ ମୃତ୍ୟୁସଂଖ୍ୟା ଜଣାପଡ଼ୁ ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ପହଲଗାମ୍‌ରେ ଆତଙ୍କୀ ହମ୍‌ଲା: ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image