ଚିହ୍ନଟ ହୋଇନି ୪୧ ମୃତଦେହ

ନୂଆଦିଲ୍ଲୀ,୨୨ା୭: ବାଲେଶ୍ୱର ଜିଲାର ବାହାନଗା ବଜାର ଷ୍ଟେଶନ ନିକଟରେ ଗତ ଜୁନ୍‌ ୨ରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାର ମୃତକଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୪୧ ମୃତଦେହ ଚିହ୍ନଟ ହୋଇ ନ ଥିବା ଶୁକ୍ରବାର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପାର୍ଲାମେଣ୍ଟକୁ ସୂଚନା ଦେଇଛନ୍ତି। ରାଜ୍ୟ ସଭାରେ ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତରରେ ରେଳମନ୍ତ୍ରୀ କହିଥିଲେ, ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ୨୯୫ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା ଓ ୧୭୬ ଜଣ ଗୁରୁତର ଆହତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ୨୫୪ ମୃତଦେହ ଚିହ୍ନଟ ହୋଇ ସେମାନଙ୍କ ନିକଟ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯାଇଥିବାବେଳେ ୪୧ ମୃତଦେହ ଚିହ୍ନଟ ହୋଇପାରି ନାହିଁ। ବାହାନଗା ଷ୍ଟେଶନର ଉତ୍ତର ସିଗ୍‌ନାଲ ଗୁମ୍‌ଟିରେ ସିଗ୍‌ନାଲ ସର୍କିଟ୍‌ ପରିବର୍ତ୍ତନରେ ତ୍ରୁଟି ଥିଲା। ଏଥିସହ ସିଗ୍‌ନାଲ କାମ ବେଳେ ଷ୍ଟେଶନର ଲେବଲ କ୍ରସିଂ ଗେଟ୍‌ ନଂ ୯୪ ପାଇଁ ଇଲେକ୍ଟ୍ରିକ୍‌ ଲିଫ୍ଟିଂ ବାରିୟର ବଦଳାଯାଇଥିଲା। ଏହିସବୁ ତ୍ରୁଟି ପାଇଁ ଟ୍ରେନ୍‌ ନଂ ୧୨୮୪୧କୁ ଭୁଲ୍‌ ସିଗ୍‌ନାଲ ଯାଇଥିଲା। ଷ୍ଟେଶନର ଅପ୍‌ ମେନ୍‌ ଲାଇନରେ ଟ୍ରେନ୍‌ ଗଡ଼ିବା ପାଇଁ ଅପ୍‌ ହୋମ୍‌ ସିଗ୍‌ନାଲ ଦିଆଯାଇଥିଲା। କିନ୍ତୁ ଅପ୍‌ ମେନ୍‌ ଲାଇନ ସହ ଅପ୍‌ ଲୁପ୍‌ ଲାଇନକୁ ସଂଯୋଗ କରୁଥିବା କ୍ରସ୍‌ଓଭରରେ ଭୁଲ୍‌ ସିଗ୍‌ନାଲ ଦିଆଯିବାରୁ ଟ୍ରେନ୍‌ଟି ଅପ୍‌ ଲୁପ୍‌ ଲାଇନକୁ ଚାଲିଯାଇଥିଲା। ଫଳରେ ମାଲ୍‌ବାହୀ ଟ୍ରେନ୍‌କୁ ପଛପଟୁ ଧକ୍କା ଦେଇଥିଲା। ଏହି ତ୍ରୁଟି ପାଇଁ ରେଲଓ୍ବେର ୭ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯିବା ସହ ସେମାନଙ୍କ ବିରୋଧରେ ଶୃଙ୍ଖଳା ତଥା ଅପିଲ ନିୟମାବଳୀ ଅନୁଯାୟୀ ବିଚାର ପ୍ରକ୍ରିୟା ଚାଲିଥିବା ରେଳମନ୍ତ୍ରୀ ଗୃହକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri