ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୪ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୭ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୮ ବର୍ଷରୁ କମ୍‌ ବୟସର ୫ ଆକ୍ରାନ୍ତ ରହିଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬୦,୦୦ରେ ପହଞ୍ଚିଛି। ରାଜ୍ୟରେ ଏବେ ୩୩୪ ଆକ୍ଟିଭ୍‌ କେସ୍‌ ରହିଛି।

Share