ରାଜ୍ୟରେ ୪୧୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୦ ହଜାର ୨୩୦ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୯ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୧୧, ବରଗଡ଼ରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୧, କଟକରୁ ୪୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୧୦, ଯାଜପୁରରୁ ୧୧, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୧୦, କୋରାପୁଟରୁ ୨, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୪, ନୟାଗଡ଼ରୁ ୪, ନୂଆପଡାରୁ ୬, ପୁରୀରୁ ୧୧, ରାୟଗଡ଼ା ୪, ସମ୍ବଲପୁରରୁ ୮, ସୁନ୍ଦରଗଡ଼ରୁ ୭, ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୪ ଅଛନ୍ତି।

Share