ଭୁବନେଶ୍ୱର,୨୭ା୩(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୭,୭୯୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଗଞ୍ଜାମରୁ ସର୍ବାଧିକ ୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୭ ଏବଂ ବାଲେଶ୍ୱରରୁ ୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଖୋର୍ଦ୍ଧାରୁ ୫, ଯାଜପୁର ଏବଂ ମୟୂରଭଞ୍ଜରୁ ୪ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ବରଗଡ଼ ଏବଂ କୋରାପୁଟରୁ ୨ ଜଣ ଲେଖାଏ, କଟକ, ଝାରସୁଗୁଡ଼ା, କେନ୍ଦୁଝର ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।