ବିଧାୟକ, ଏମ୍‌ପିଙ୍କ ବିରୋଧରେ ୪୩୪ ମାମଲା ବିଚାରାଧୀନ

କଟକ,୧୪ା୬ (କାର୍ତ୍ତିକ ସାହୁ): ହାଇକୋର୍ଟ ୱେବ୍‌ସାଇଟ୍‌ରେ ସଦ୍ୟ ପ୍ରକାଶିତ ସୂଚନା ଅନୁସାରେ ଓଡ଼ିଶାର ବିଭିନ୍ନ କୋର୍ଟରେ ଏମ୍‌ପି ଓ ବିଧାୟକଙ୍କ ବିରୋଧରେ ୪୩୪ଟି ମାମଲା ବିଚାରାଧୀନ ରହିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୮୨ଟି ମାମଲା ବିଚାରାଧୀନ ରହିଛି। ଏଥିସହ ଦ୍ୱିିତୀୟ ସ୍ଥାନରେ କୋରାପୁଟ ଜିଲାରେ ୫୫ ଓ ତୃତୀୟ ସ୍ଥାନ ଗଞ୍ଜାମ ଜିଲାରେ ୪୯ଟି ମାମଲା ବିଚାରାଧୀନ ରହିଛି।
ପ୍ରକାଶ ଯେ, ରାଜ୍ୟର ୩୦ ଜିଲାରୁ ହାଇକୋର୍ଟକୁ ଆସିଥିବା ରିପୋର୍ଟ ଅନୁସାରେ ୨୦୨୪ ଜାନୁଆରୀ ୧ରୁ ମେ’ ୩୧ ତାରିଖ ମଧ୍ୟରେ ୪୧ଟି ମାମଲା ରୁଜୁ ହୋଇଛି। ବିଚାରାଧୀନ ଥିବା ୪୩୪ଟି ମାମଲା ମଧ୍ୟରୁ ୬୯ଟି ମାମଲା ଟ୍ରାଏଲ ସ୍ଥିତିରେ ପହଞ୍ଚତ୍ ସାରିଛି। ଅନୁଗୋଳରେ ୨୭, ବଲାଙ୍ଗୀରରେ ୨୮, ବାଲେଶ୍ୱରରେ ୨୩, ବରଗଡ଼ରେ ଗୋଟିଏ, କଟକରେ ୩୯, କଳାହାଣ୍ଡିରେ ଗୋଟିଏ, କେନ୍ଦ୍ରାପଡ଼ାରେ ଗୋଟିଏ, କେନ୍ଦୁଝରରେ ଗୋଟିଏ, ମୟୂରଭଞ୍ଜରେ ୨୮, ନୟାଗଡ଼ରେ ୫, ପୁରୀରେ ୪, ସମ୍ବଲପୁରରେ ୫୦, ସୋନପୁରରେ ଗୋଟିଏ, ସୁନ୍ଦରଗଡ଼ ଜିଲାରେ ୩୯ଟି ମାମଲା ଏମ୍‌ପି ଓ ବିଧାୟକଙ୍କ ବିରୋଧରେ ବିଚାରାଧୀନ ରହିଛି। ଅନ୍ୟପକ୍ଷରେ ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଯାଜପୁର, ଝାରସୁଗୁଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ଫୁଲବାଣୀ, ରାୟଗଡ଼ା ଜିଲାରେ ଥିବା ଅଦାଲତରେ ଏମ୍‌ପି ଓ ବିଧାୟକଙ୍କ ବିରୋଧରେ କୌଣସି ଆପରାଧିକ ମାମଲା ବିଚାରାଧୀନ ନାହିଁ ବୋଲି ତଥ୍ୟରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ବିଧାୟକ ଓ ଏମ୍‌ପିଙ୍କ ମାମଲାର ତ୍ୱରିତ ଶୁଣାଣି ପାଇଁ ରାଜ୍ୟର କେତେକ ସ୍ଥାନରେ ସ୍ବତନ୍ତ୍ର ଅଦାଲତ ପ୍ରତିଷ୍ଠା କରାଯାଇଛି। ସୁପ୍ରିମ୍‌କୋର୍ଟ ୨୦୨୦ ସେପ୍ଟେମ୍ବର ୧୬ରେ ଅଶ୍ବିନୀ କୁମାର ଉପାଧ୍ୟାୟ ବନାମ କେନ୍ଦ୍ର ସରକାର ମାମଲାର ଶୁଣାଣି କରି ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶ ପ୍ରଦାନ କରିଥିଲେ। ନିର୍ବାଚିତ ପ୍ରତିନିଧିଙ୍କ ବିରୋଧରେ ଥିବା ମାମଲାଗୁଡ଼ିକର ତ୍ୱରିତ ଶୁଣାଣି ଓ ଫଇସଲା ପାଇଁ ସ୍ବତନ୍ତ୍ର ଅଦାଲତ ଗଠନ ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟ ଗୁରୁତ୍ୱାରୋପ କରିଥିଲେ। ଏହାପରେ ହାଇକୋର୍ଟ ଏହି ପ୍ରସଙ୍ଗରେ ନିଜ ଆଡୁ ୨୦୨୦ରେ ମାମଲା ରୁଜୁ କରିଥିଲେ। ବିଧାୟକ ଏବଂ ଏମ୍‌ପିଙ୍କ ବିରୋଧରେ ଥିବା ଆପରାଧିକ ମାମଲାଗୁଡ଼ିକର ତ୍ୱରିତ ଶୁଣାଣି ପାଇଁ କେତେକ ସ୍ଥାନରେ ସ୍ବତନ୍ତ୍ର ଅଦାଲତ ପ୍ରତିଷ୍ଠା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅବଗତ କରିଥିଲେ। ଏମ୍‌ପି, ପୂର୍ବତନ ଏମ୍‌ପି, ବିଧାୟକ ଓ ପୂର୍ବତନ ବିଧାୟକଙ୍କ ବିରୋଧରେ ଥିବା ମାଜିଷ୍ଟ୍ରେଟଙ୍କ ଦ୍ୱାରା ଟ୍ରାଏଲ ଯୋଗ୍ୟ ମାମଲା ଶୁଣାଣି ପାଇଁ ୧୧ଟି ସିଭିଲ ଜଜ୍‌ ଅଦାଲତଙ୍କୁ ସ୍ବତନ୍ତ୍ର ଅଦାଲତର ମାନ୍ୟତା ଦିଆଯାଇଛି। ସେହିଭଳି ୨୦୨୧ ମାର୍ଚ୍ଚ ୧୭ର ବିଜ୍ଞପ୍ତି ଅନୁସାରେ ତିନୋଟି ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ଅଦାଲତଙ୍କୁ ଏଭଳି ମାମଲାର ଶୁଣାଣି ପାଇଁ ସ୍ବତନ୍ତ୍ର ଅଦାଲତ ମାନ୍ୟତା ଦିଆଯାଇଥିବା ନେଇ ୨୦୨୧ ଏପ୍ରିଲ ୫ରେ ହାଇକୋର୍ଟରେ ମାମଲା ଶୁଣାଣି ସମୟରେ ରାଜ୍ୟ ସରକାର ଅବଗତ କରିଥିଲେ। ପରବର୍ତ୍ତୀ ସମୟରେ ବିଭିନ୍ନ ଜିଲାର ଅଦାଲତରେ ଏମ୍‌ପି ଓ ବିଧାୟକଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକ ସ୍ବତନ୍ତ୍ର ଅଦାଲତକୁ ଶୁଣାଣି ପାଇଁ ସ୍ଥାନାନ୍ତର ହୋଇଥିଲା। ଏଥିସହ ନୂଆ କରି ରୁଜୁ ଏଭଳି ମାମଲାଗୁଡ଼ିକ ସ୍ବତନ୍ତ୍ର ଅଦାଲତକୁ ବିଚାର ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri