ରାଜଧାନୀରୁ ୪୬ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରୁ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଏହି କ୍ରମରେ ଗୁରୁବାର ସହରରୁ ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦୩୩୦କୁ ବୃଦ୍ଧି ପାଇଛି। ସେଥିରୁ ୨୯୪୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୨୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେହିପରି ୨୦୧ ଜଣଙ୍କ ମୃତ୍ୟୁ ଘଟିଛି।
ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨୭ ଲୋକାଲ କେସ୍‌ ରହିଥିବା ବେଳେ ୧୯ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ସେହିପରି ୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।

Share