ନୂଆଦିଲ୍ଲୀ,୧୫।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଜଣେ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୬୭,୩୯୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୨,୧୭,୧୪୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୭,୯୧୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୫୩୩କୁ ବୃଦ୍ଧି ପାଇଛି।