ଆଜି ରାଜ୍ୟରୁ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୪୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୭ ଏବଂ ଜଗତସିଂହପୁରରୁ ୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୭, ବାଲେଶ୍ୱର ୨୫, ଭଦ୍ରକ ୪, ଢେଙ୍କାନାଳ ୧୨, ଗଜପତି ୨, ଗଞ୍ଜାମ ୩, ଯାଜପୁର ୧୬, ଝାରସୁଗୁଡ଼ା ୭, କଳାହାଣ୍ଡି ୧, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୧, ମାଲକାନଗିରି ୧, ମୟୂରଭଞ୍ଜ ୧୩, ନୟାଗଡ଼ ୨, ପୁରୀ ୧୪, ସମ୍ବଲପୁର ୧୨, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ରେ ପହଞ୍ଚିଥିବା ବେଳେ ୧୦,୧୩,୮୩୩ ଜଣ ସୁସ୍ଥ ହୋଇଛନ୍ତି। ୫୩୩୬ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି।

Share