ଆଇନ ମନ୍ତ୍ରୀଙ୍କୁ ୪୮ ହିନ୍ଦୀ,ସଂସ୍କୃତ ଶିକ୍ଷକ ସଂଘର ଫେରାଦ

ବରଗଡ଼, ୭।୯( ପ୍ରେମାନନ୍ଦ ଖମାରୀ):୪୮ ହିନ୍ଦୀ/ସଂସ୍କୃତ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ରାଜ୍ୟ ସରକାରଙ୍କ ଆଇନ ମନ୍ତ୍ରୀଙ୍କୁ ଫେରାଦ ହୋଇଛନ୍ତି। ସଂଘର ନେତା ଅକ୍ଷୟ କୁମାର ନାୟକଙ୍କ ନେତୃତ୍ୱରେ ବରଗଡ଼ ଜିଲାର ପ୍ରତିନିଧି ସୁଦାମା ବାରିକ, ରମେଶ ଚନ୍ଦ୍ର ପ୍ରଧାନ, ତପନ କୁମାର ନନ୍ଦ, ଯତୀନ୍ଦ୍ର ସାହୁ ପ୍ରମୁଖ ମନ୍ତ୍ରୀଙ୍କୁ ଓଡ଼ିଶା ବିଧାନସଭା ସ୍ଥିତ ତାଙ୍କ ପ୍ରକୋଷ୍ଠରେ ଭେଟି ରାଜ୍ୟରେ ନୂତନ ଅନୁଦାନପ୍ରାପ୍ତ ହାଇସ୍କୁଲରେ ଅପ୍ରଶିକ୍ଷିତ ହିନ୍ଦୀ/ସଂସ୍କୃତ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କ ସମସ୍ୟା ଉପରେ ଅବଗତ କରାଇଥିଲେ। ଏ ନେଇ ସଂଘ ପକ୍ଷରୁ ମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।
ପ୍ରକାଶଥାଉକି, ଶିକ୍ଷା ଆଇନ ୧୯୭୪ ଧାରା ୧୬(ଖ) ଅନୁସାରେ ହାଇସ୍କୁଲରେ କାର୍ଯ୍ୟରତ ଅପ୍ରଶିକ୍ଷିତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ୪୮ବର୍ଷ ପ୍ରବେଶ ହେବା କ୍ଷଣି ଟ୍ରେଣ୍ଡ ଗ୍ରାଜୁଏଟ ସ୍କେଲ ହାରରେ ଦରମା ମିଳିବା କଥା। କିନ୍ତୁ ଉଚ୍ଚ ନ୍ୟାୟାଳୟ ଓ ସର୍ବୋଚ୍ଚ ନ୍ୟାୟାଳୟର ଆଦେଶନାମା ମିଳିଲା ପରେ ସରକାର ପାଖାପାଖି ୨୦୦ ହିନ୍ଦୀ/ସଂସ୍କୃତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଙ୍କର ହକ୍‌ ପ୍ରଦାନ କରିଥିଲେ। ବାକି ସମସ୍ତ ମାମଲାଗୁଡ଼ିକୁ ସରକାର ଖାରଜ କରି ଦେଇଥିଲେ। ପରବର୍ତ୍ତୀ ସମୟରେ ଏହି ମାମଲାକୁ ଉଚ୍ଚ ନ୍ୟାୟାଳୟର ସିଙ୍ଗଲ ବେଞ୍ଚରେ ଚ୍ୟାଲେଞ୍ଜ କରାଯାଇଥିଲା। ସିଙ୍ଗଲ ବେଞ୍ଚ ଓ ଡବଲ ବେଞ୍ଚରେ ସରକାର ହାରିଲା ପରେ ଶିକ୍ଷକମାନଙ୍କ ନ୍ୟାଯ୍ୟ ଅଧିକାର ସେମାନଙ୍କୁ ପ୍ରଦାନ କରିବା ପରିବର୍ତ୍ତେ ଏବେ ପୁଣି ସେହି ସମାନ ମାମଲାଟିକୁ ସରକାର ସର୍ବୋଚ୍ଚ ନ୍ୟାୟାଳୟରେ ଠିକ୍‌ ଭାବେ ଦାଏର ନ କରି (ଡିଫେକ୍ଟ ଲିଷ୍ଟରେ ପକାଇ) ଦିନ ପରେ ଦିନ ଗଡ଼ାଇ ଚାଲିଥିବା ଅଭିଯୋଗ ହୋଇଛି। ଏପଟେ ଶିକ୍ଷକମାନେ ବୟସର ଅପରାହ୍ନରେ ପଦାର୍ପଣ କରି ସେବା ନିବୃତ୍ତ ହେଉଛନ୍ତି ଓ ମୃତ୍ୟୁମୁଖରେ ପଡ଼ୁଛନ୍ତି ବୋଲି ସଂଘ ଅଭିଯୋଗ କରିଛି। ଫଳରେ ଏହାର ସମାଧାନ ପାଇଁ ସରକାର ବିହିତ ପଦକ୍ଷେପ ନେବାକୁ ମନ୍ତ୍ରୀଙ୍କୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri