ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି ମାଫିଆ, ୫ ଏକର ଜମିରେ…

କଳିଙ୍ଗନଗର,୯ା୯(ଶୁଭାଶିଷ ରାଉତ): ଯାଜପୁର ଜିଲାର ଦାନଗଦି ତହସିଲ ଅଞ୍ଚଳରେ ବହୁସଂଖ୍ୟକ ଭୂମିହୀନ ଖଣ୍ଡେ ବାସଗୃହ ନିର୍ମାଣ କରିବାକୁ ଜମି ପାଉନାହାନ୍ତି। ସେମାନେ ଏକ ଗୁଣ୍ଠ ଜମି ପାଇବାକୁ ବର୍ଷବର୍ଷ ଧରି ଚାହିଁ ରହିଥିଲେ ମଧ୍ୟ ପାଇ ପାରୁନାହାନ୍ତି। ମାତ୍ର ମାଫିଆ ଗୋଷ୍ଠୀ ଏହି ତହସିଲ ଅଞ୍ଚଳରେ ବହୁ ମୂଲ୍ୟବାନ ସରକାରୀ ଜମିକୁ ମାଡ଼ି ବସିଛନ୍ତି। ସମ୍ପୃକ୍ତ ତହସିଲ ଅନ୍ତର୍ଗତ ଓସ୍ତପାଳ ପଞ୍ଚାୟତର ନିପାଣିଆ ମୌଜାରେ ୫ଏକରରୁ ଊର୍ଦ୍ଧ୍ୱ ଜଙ୍ଗଲ କିସମ ଜମିକୁ ଜଣେ ପ୍ରଭାବଶାଳୀ ବ୍ୟକ୍ତି ତାରବାଡ଼ ବୁଲାଇ ନିଜ ଦଖଲରେ ରଖିଥିବା ଅଭିଯୋଗ ହୋଇଛି। ଏପରିକି ଉକ୍ତ ଜମିକୁ ସେ ଲିଜ ସୂତ୍ରରେ ହାତେଇ ନେବାକୁ ଉଦ୍ୟମ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।ଜମି ଜବରଦଖଲ ସମ୍ପର୍କରେ ସ୍ଥାନୀୟ ଗ୍ରାମବାସୀ ଯାଜପୁର ଜିଲାପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ କରିଛନ୍ତି। କିନ୍ତୁ ଅଦ୍ୟାବଧି କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ।
ସୂଚନା ମୁତାବକ, ଓସ୍ତପାଳ ମୌଜାର ଖାତା ନମ୍ବର ୧୯୮ ଓ ପ୍ଲଟ ନମ୍ବର ୫୦୧ରେ ଥିବା ଝାଡ଼ ଜଙ୍ଗଲ କିସମ ଜମି ମଧ୍ୟରୁ ୫ ଏକର ପାଖାପାଖି ଜମି ଜଣେ ବ୍ୟକ୍ତିଙ୍କ କବ୍‌ଜାରେ ରହିଛି। ଉକ୍ତ ଜମି ପୂର୍ବରୁ ଗୋରୁଙ୍କ ଚାରଣ ଭୂମି ଭାବେ ବ୍ୟବହୃତ ହୋଇ ଆସୁଥିଲା। ତାରବାଡ଼ ଦ୍ୱାରା ବନ୍ଦ ହୋଇଥିବା ଜମିଦେଇ ଗ୍ରାମବାସୀ ନିଜ ନିଜ ଜମିରେ ଚାଷ କାର୍ଯ୍ୟ କରିବାକୁ ଯାତାୟାତ କରୁଥିଲେ। ମାତ୍ର ଜମି ଅବରୋଧକାରୀ ନିଜର ସାଢ଼େ ୫ ଏକର ଜମି ସାଙ୍ଗରେ ଏହି ୫ ଏକର ସରକାରୀ ଜମିକୁ ମିଶାଇ ତାର ବାଡ଼ ଦେଇଦେବା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଏପରିକି ଜବରଦଖଲରେ ଥିବା ସରକାରୀ ଜମିରେ ଜିଲା ଖଣିଜ ପାଣ୍ଠି ଅନୁଦାନରୁ ୧୨ ଲକ୍ଷ ଟଙ୍କା ବିନିଯୋଗରେ ୩ ବର୍ଷ ତଳେ ଖୋଳାଯାଇଥିବା ଏକ ପୋଖରୀକୁ ମଧ୍ୟ ଜବରଦଖଲକାରୀ କବ୍‌ଜା କରିଛନ୍ତି। ସରକାରୀ ପୋଖରୀର ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ଉକ୍ତ ପୋଖରୀ ହୁଡ଼ାରେ ଥିବା ଫଳକକୁ ଭାଙ୍ଗି ଦିଆଯାଇଛି। ଏତେ ସବୁ ପରେ ବ୍ଲକ ପ୍ରଶାସନ ଏହା ବିରୋଧରେ ଏପର୍ଯ୍ୟନ୍ତ ଏତଲା ଦେଇନାହିଁ। କେବଳ ଏତିକି ନୁହେଁ ବିବାଦୀୟ ସରକାରୀ ଜମିରେ ଏକ ଟ୍ରାନ୍ସଫର୍ମର ବସାଯାଇ ଅବରୋଧକାରୀଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହି ଅବରୋଧ ପ୍ରସଙ୍ଗରେ ପ୍ରଶାସନ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ନେଲେ ଗ୍ରାମବାସୀ ଜନସ୍ବାର୍ଥ ମାମଲା କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ତହସିଲ ଦାୟିତ୍ୱରେ ଥିବା ଦାନଗଦି ବିଡିଓ ସାରଦା ପ୍ରସାଦ ପଣ୍ଡାଙ୍କୁ ପଚାରିବାରେ ସେ କହିଛନ୍ତି, ଖୁବ୍‌ଶୀଘ୍ର ଜଙ୍ଗଲ ଜମିକୁ ଜବରଦଖଲ ମୁକ୍ତ କରାଯିବ। ଏବେ ଦେଖିବାକୁ ଅପେକ୍ଷା କେବେ ଏହା ଜବରଦଖଲ ମୁକ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri