ବିଲୁଆ ଆତଙ୍କ:୫ଜଣଙ୍କୁ କାମୁଡ଼ି ଆକ୍ରମଣ

ଦିଗପହଣ୍ଡି,୧୩ା୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଓ ନୂଆଗଡ଼ ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ବିଲୁଆ କାମୁଡ଼ାରେ ୫ ପୁରୁଷ ଏବଂ ମହିଳା ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କୈଠଖଣ୍ଡି ପଞ୍ଚାୟତ ନୂଆଁଗଡ ଗ୍ରାମର ମଲା ପ୍ରଧାନ, ନିଲୁ ପ୍ରଧାନ, ସୁଷମା ପ୍ରଧାନ, ଋୁଷି ପ୍ରଧାନ ଓ କଇଠଖଣ୍ଡି ଗ୍ରାମର ଟ୍ରାକ୍ଟର୍‌ ଚାଳକ ପ୍ରକାଶ ବେହେରା।

ମିଳିଥିବା ସୂଚନା ମୁତାବକ, କୁନ୍ଦୁରି ବାଡକୁ ଯାଇଥିବା ବେଳେ ୪ ଜଣଙ୍କୁ ବିଲୁଆ କାମୁଡିଥିଲା। ସେହିପରି ପ୍ରକାଶ ବେହେରା ଟ୍ରାକ୍ଟର୍‌ ଯୋଗେ ବାଲି ଆଣିବା ପାଇଁ ଘୋଡାହାଡ ନଦୀକୁ ଯାଇଥିବା ବେଳେ ସେଠାରେ ତାଙ୍କୁ ବିଲୁଆ ଆକ୍ରମଣ କରିଥିଲା।

ସମସ୍ତ ଗୁରୁତର ଆହତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ ଦିଗପହଣ୍ଡି ବନ ବିଭାଗକୁ ଜଣେଇଥିଲେ ମଧ୍ୟ ଏହି ଦିଗରେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri