ଆଜି ରାଜଧାନୀରେ ୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ଜଣେ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୩୨ରେ ପହଞ୍ଚିଥିବା ବେଳେ ୩୧,୩୬୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨୦୪ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ରାଜଧାନୀରୁ କରୋନାରେ ୨୪୬ ଜଣଙ୍କ ମୃତ୍ୟୁ ହୋଇଛି।

Share