ଲକ୍ଷ୍ନୌ,୨୨।୧୧: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଏକ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ଘାଟିରେ ଖସିପଡିଛି। ଫଳରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ପାଲିଆ ପୋଲିସ ଷ୍ଟେଶନ ଅଧୀନ ରେଳ କ୍ରସିଂ ନିକଟରେ ଏହି ଘଟଣା ଘଟିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଶାହାଜାହାନପୁରରୁ ୧୧ ଜଣ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଜାଇଲୋ କାର ଭାରସାମ୍ୟ ହରାଇ ଘାଟିରେ ଓଳଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।