ନୂଆଦିଲ୍ଲୀ,୧୫।୭: ରାଜଧାନୀ ଦିଲ୍ଲୀର ଅଲୀପୁର ଅଞ୍ଚଳରେ ଶୁକ୍ରବାର ନିର୍ମାଣଧିନ କୋଠା ଭୁଶୁଡ଼ି ପଡ଼ିଛି । ଏଥିରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ଏବେବି ଅନେକ ଶ୍ରମିକ ଚାପି ହୋଇ ରହିଥିବା କୁହାଯାଉଛି । ଖବରପାଇ ଅଗ୍ନିଶମ ଅଧିକାରୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି। ତେବେ ୯ ଜଣ ଆହତ ଶ୍ରମିକଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି। ତେବେ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।