Categories: ଜାତୀୟ

ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ଅନ୍ୟପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଗୁରୁତରଙ୍କ ପରିବାରକୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

Share