ଅମରନାଥରେ ଫସିଲେ ୫ ଓଡ଼ିଆ ଯାତ୍ରୀ

ରାୟଗଡ଼ା ଅଫିସ,୯ା୭: ଅମରନାଥରେ ଶୁକ୍ରବାର ବାଦଲ ଫଟା ବର୍ଷା ଯୋଗୁ ପ୍ରବଳ ପାଣି ମାଡ଼ି ଆସିଥିଲା। ଫଳରେ ୩ ମହିଳାଙ୍କ ସମେତ ୧୬ ଜଣ ମୃତ୍ୟ ଘଟିଛି । ଏବେବି ଅନେକ ଲୋକ ଫସି ରହିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଏହି  ଯାତ୍ରାରେ ୫ ଓଡ଼ିଆ ସାମିଲ ଥିଲେ।

ରାୟଗଡା ଜିଲାରୁ ୫ ଜଣ ଅମରନାଥ ଦର୍ଶନ ପାଇଁ ଯାଇଥିବା ବେଳେ ଅଳ୍ପକେ ମୃତ୍ୟୁ ମୁଖରୁ ବଞ୍ଚିଛନ୍ତି। କିନ୍ତୁ ସମସ୍ତଙ୍କ ଜିନିଷ ପତ୍ର ଓ ଟଙ୍କା ଭାସି ଯାଇଛି।

ଯାତ୍ରୀମାନେ ହେଲେ ବସନ୍ତ କୁମାର ସେନାପତି, ସୌମ୍ୟ ରଞ୍ଜନ ପାତ୍ର, କେ ରବି କୁମାର, ଟୁକୁନା ପ୍ରଧାନ ଓ ନିହାର ରଞ୍ଜନ ପାତ୍ର। ଗାଡ଼ି ସୁବିଧା ନ ଥିବାରୁ ସମସ୍ତେ ଅମରନାଥରୁ ଚାଲିଚାଲି ଯାଉଛନ୍ତି। ଜମୁ ପର୍ଯ୍ୟନ୍ତ ଯିବା ପାଇଁ ସେମାନେ ରାଜ୍ୟ ସରକାରଙ୍କୁ ସହାୟତା ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ଚଳିତମାସ ୧ ତାରିଖରୁ ସମସ୍ତେ ଅମରନାଥ ଦର୍ଶନ ପାଇଁ ବାହାରିଥିଲେ। ଆସନ୍ତା ୧୭ରେ ଭକ୍ତମାନେ ଫେରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri