ଖେଳ ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ରୀ ଲହୁ ଲୁହାଣ

ବାଲିଗୁଡ଼ା,୧୨।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ। ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇବା ବେଳେ ୫ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅଧୀନ ରୁତୁଙ୍ଗିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଏକ ଘଟଣା ଘଟିଛି।

ମିଳିଥିବା ସୂଚନା ମୁତାବକ, ବୁଧବାର ବିଦ୍ୟାଳୟ ପରିସରରେ ମଧ୍ୟାହ୍ନଭୋଜନ ଖାଇବା ସମୟରେ ଛାତ୍ରୀଙ୍କ ମଧ୍ୟରେ ଥଟ୍ଟାମଜା ହେଉଥିଲା। ସେତିକିବେଳେ ଖେଳ ଶିକ୍ଷକ ରୋହିତ କୁମାର ଗୌଡ଼ ଉତ୍‌କ୍ଷିପ୍ତ ହୋଇ ଏକ ବାଡ଼ିରେ ୫ଜଣ ଛାତ୍ରୀଙ୍କୁ ନିର୍ଧୂମ ମାଡ଼ ମାରିଥିଲେ। ଛାତ୍ରୀମାନେ ଘରକୁ ଆସିବା ପରେ ଘଟଣା ସମ୍ପର୍କରେ ମା’, ବାପାଙ୍କୁ ଜଣାଇଥିଲେ । ଗୁରୁବାର ସକାଳୁ ପରିବାର ଲୋକେ ଛାତ୍ରୀକୁ ନେଇ ବୁଡାଗୁଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇବା ପରେ ସ୍କୁଲରେ ପହଞ୍ଚିଥିଲେ ।

ହେଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା ଅନୁପସ୍ଥିତ ଥିବା ବେଳେ ଛାତ୍ରୀଙ୍କୁ ମାଡ଼ ଘଟଣାକୁ ନେଇ ଉଭୟ ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ କିଛି ସମୟ ଯୁକ୍ତିତର୍କ ହୋଇଥିବା ଦେଖିବାକୁ ମିଳିଥିଲା। ଘଟଣାକୁ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନ ଥିବା ବେଳେ ମାଡ଼ ଘଟଣାକୁ ସ୍ବୀକାର କରିଛନ୍ତି ଖେଳ ଶିକ୍ଷକ ରୋହିତ କୁମାର ଗୌଡ଼ ।

ବିଭିନ୍ନ ସମୟରେ ବିଦ୍ୟାଳୟର କିଛି ଶିକ୍ଷୟିତ୍ରୀ, ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରୁଥିବା କେତେକ ଛାତ୍ରୀ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ବାରମ୍ବାର ଛାତ୍ରୀଛାତ୍ରଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ନିଆଯାଉଥିବା ବେଳେ ବିଦ୍ୟାଳୟରେ ପାଠପଢାକୁ ନେଇ ଅଭିଭାବକମାନେ ପ୍ରଶ୍ନ ଉଠାଇଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବା ସହ ସମ୍ପୃକ୍ତ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri