୫୦ ହେକ୍ଟର ଚାଷଜମି ପଡ଼ିଆ

ରଘୁନାଥପୁର,୨୭।୭(ଡି.ଏନ.ଏ.): ଶାଖା କେନାଲରେ ପାଣି ନ ଆସିବାରୁ ୫୦ ହେକ୍ଟର ଚାଷ ଜମି ପଡ଼ିଆ ପଡିଛି। ଏହାଛଡ଼ା କଟକ-ପାରାଦୀପ ରେଳ ଲାଇନ ତଳେ ଯାଇଥିବା କେନାଲରେ ଉପରୁ ମେଟାଲ ଖସି ପୋତି ହୋଇପଡିଥିବାରୁ ପାଣି ମାଡିବା କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଛି। ଏପରି ବ୍ୟତିକ୍ରମ ଦେଖିବାକୁ ମିଳିଛି ବାଲିଆ ଏସଡିଓ ତଥା ରଘୁନାଥପୁର ବ୍ଲକର ବାଲିକୁଦା ଯନ୍ତ୍ରୀଙ୍କ ଅଧୀନରେ ଥିବା ମାଛଗାଁ ୭ନଂ କେନାଲର ମୁଗଅଣ୍ଟାରୁ ବାହାରିଥିବା ସି୧ ଶାଖା କେନାଲରେ। ଉକ୍ତ କେନାଲଟି ଏହିସ୍ଥାନରୁ ବାହାରି ରେଳ ଲାଇନ ତଳ ଦେଇ ୧ କି ମି ପର୍ଯ୍ୟନ୍ତ ଯାଇଛି। ରେଳ ଟ୍ରାକରୁ ମେଟାଲ ଖସି କେନାଲ ଶଯ୍ୟା ପୋତି ହୋଇଯାଇଛି। ହେଲେ ଅଦ୍ୟାବଧି ଏହିସ୍ଥାନରେ ସଫେଇ କାର୍ଯ୍ୟ କରାଯାଇନି। ଫଳରେ ପାଣି ନିଷ୍କାସନ ବାଧାପ୍ରାପ୍ତ ହୋଇଛି। କେନାଲ ଉପରେ ନିର୍ଭର କରୁଥିବା ୫୦ ହେକ୍ଟର ଚାଷଜମିରେ ଧାନ ଚାଷ ହୋଇପାରିବା ନେଇ ସମସ୍ୟା ଦେଖାଦେଇଛି। ଏ ସମ୍ପର୍କରେ ଅନେକ ଥର ଯନ୍ତ୍ରୀଙ୍କୁ କୁହାଯାଇଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଉନି ବୋଲି ଜଗତ୍‌ସିଂହପୁର ଜିଲା କୃଷକ ସଙ୍ଗଠନ ସମ୍ପାଦକ ଇଂ. ବାବାଜୀ ଚରଣ ଜେନା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ବିଭାଗୀୟ ଅବହେଳା ତଥା ଯନ୍ତ୍ରୀଙ୍କ ଖାମଖିଆଲ ମାନବୃତ୍ତିକୁ ଦୋଷ ଦେଇଛନ୍ତି ଚାଷୀ। ଏ ସମ୍ପର୍କରେ ଯନ୍ତ୍ରୀ ଜାଗେତ୍ରୀ ବାରିକଙ୍କୁ ପଚାରିବାରେ ସେ କହିଛନ୍ତି, ସ୍ଥାନୀୟ ୧୭ ନଂ ପାଣି ପଞ୍ଚାୟତ ହାତରେ ସଫେଇ ଦାୟିତ୍ୱ ରହିଛି। ୨/୩ଦିନ ମଧ୍ୟରେ ଏହାର ସମାଧାନ ହୋଇଯିବ। ତେବେ ରେଳ ଲାଇନ ତଳେ ଯାଇଥିବା କେନାଲର ଉଭୟ ପାର୍ଶ୍ୱରେ ସ୍ଥାୟୀ ବ୍ୟବସ୍ଥା କରିବା ପାଇଁ ଚାଷୀଙ୍କ ପକ୍ଷରୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri