Posted inଜାତୀୟ

ଆକ୍ସନ୍‌ ମୋଡ୍‌ରେ ସରକାର: ଜମ୍ମୁରେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ସଫା କରିବାକୁ ମୁତୟନ ହେଲେ ୫୦୦ ପାରା କମାଣ୍ଡୋ

ନୂଆଦିଲ୍ଲୀ, ୨୦ା୭: ଜମ୍ମୁ ଅଞ୍ଚଳରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସହିତ ଉଚ୍ଚ ପ୍ରଶିକ୍ଷିତ ପାକିସ୍ତାନୀ ଆତଙ୍କବାଦୀ ପ୍ରବେଶ କରିବା ପରେ ଗୁଇନ୍ଦା ରିପୋର୍ଟକୁ ଆଧାର କରି ଭାରତୀୟ ସେନା ବିଭିନ୍ନ ଅସ୍ତ୍ରଶସ୍ତ୍ର ସହିତ ଏହି ଅଞ୍ଚଳରେ ନିଜର ଉପସ୍ଥିତିକୁ ପରିବର୍ତନ କରିଛି।

ପୁଣିଥରେ ଜମ୍ମୁ ଅଞ୍ଚଳରେ ଆତଙ୍କୀ କାର୍ଯ୍ୟକଳାପକୁ ବଢାଇବାକୁ ପ୍ରବେଶ କରିଥିବା ୫୦ରୁ ୫୫ ପାକିସ୍ତାନୀ ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ଭାରତୀୟ ସେନା ପ୍ରାୟ ୫୦୦ ପାରା ସ୍ପେସିଆଲ କମାଣ୍ଡୋ ମୁତୟନ କରିଛି।

ଗୁପ୍ତଚର ଏଜେନ୍ସିମାନେ ମଧ୍ୟ ଏହି ଅଞ୍ଚଳରେ ସେମାନଙ୍କର ଉପସ୍ଥିତିକୁ ବଢ଼ାଇ ଦେଇଛନ୍ତି ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ରହି ଆତଙ୍କବାଦୀଙ୍କୁ ସମର୍ଥନ କରୁଥିବା ଖୋଜି ବାହାର କରିବା ସମେତ ଆତଙ୍କବାଦୀ ସହାୟତା ଭିତ୍ତିଭୂମିକୁ ମୂଳରୁ ନାଶ କରିବାକୁ କାର୍ଯ୍ୟ କରୁଛନ୍ତି।

ଏହା ସହିତ ପାକିସ୍ତାନର ଷଡ଼ଯନ୍ତ୍ରକୁ ପଣ୍ଡ କରିବା ପାଇଁ ସେନା ବର୍ତମାନ ସୁଦ୍ଧା ସମ୍ପୃକ୍ତ ଅଞ୍ଚଳକୁ ଗୋଟିଏ ବ୍ରିଗେଡ୍ ର ପ୍ରାୟ ୩,୫୦୦ ରୁ ୪୦୦୦ ସେନା ମୁତୟନ କରି ସାରିଛି। ତେବେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଏବଂ ଯୋଗାଯୋଗ ସରଞ୍ଜାମ ସହିତ ଅନୁପ୍ରବେଶ କରିଥିବା ଆତଙ୍କବାଦୀଙ୍କୁ ଖୋଜି ଖୋଜି ସଫା କରିବା ପାଇଁ ସେନାର ବରିଷ୍ଠ ଅଧିକାରୀମାନେ ଜମ୍ମୁରେ ଡେରା ପକାଇ ଯୋଜନା କରୁଛନ୍ତି।

ତେବେ ଜମ୍ମୁ ଅଞ୍ଚଳରେ ସେନା ପୂର୍ବରୁ ରୋମିଓ ଏବଂ ଡେଲଟା ବାହିନୀ ସମେତ ରାଷ୍ଟ୍ରିୟ ରାଇଫଲ୍ସର ଦୁଇଟି ଫୋର୍ସ ଏବଂ ଏହି ଅଞ୍ଚଳର ଅନ୍ୟ ନିୟମିତ ପଦାତିକ ବିଭାଗ ସହିତଆତଙ୍କବାଦୀ ବିରୋଧୀ ଅପରେଶନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri