କରୋନା କାୟା: ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୬୪୬ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ୫୨ ଆକ୍ରାନ୍ତଙ୍କ ମଧ୍ୟରେ ୩୪ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ୧୮ ଲୋକାଲ କେସ୍‌ ରହିଛି। ୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share