ଆଉ ଏକ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟରେ ପୁଣି ଆଉ ଏକ ମୁଣ୍ଡ ନେଇଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଭୁବନେଶ୍ୱରର ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁୁ ଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି।

Share