ଆଜି ନିଯୁକ୍ତି ପାଇବେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ)ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତି ପାଇବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ। ସମ୍ପୃକ୍ତ ଶିକ୍ଷକଙ୍କ ରାଜ୍ୟସ୍ତରୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଏବଂ ନିଯୁକ୍ତି ପର୍ବ ଗୁରୁବାର ଲୋକସେବା ଭବନର କନଭେନଶନ୍‌ ସେଣ୍ଟରରେ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ଶିକ୍ଷକମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ୩୦ ଜିଲାରୁ ନିଯୁକ୍ତି ପାଇବାକୁ ଥିବା ୩୬୮ଜଣ ହିନ୍ଦୀ ଏବଂ ୨୦୮ଜଣ ସଂସ୍କୃତ ଶିକ୍ଷକ ଯୋଗଦେଇ ନିଯୁକ୍ତିପତ୍ର ଗ୍ରହଣ କରିବେ। ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଶୈକ୍ଷିକ ବାତାବରଣର ବିକାଶ ପାଇଁ ରାଜ୍ୟ ସରକାର ଅନେକ କାର୍ଯ୍ୟକ୍ରମ ହାତକୁ ନେଉଥିବାବେଳେ ଶିକ୍ଷକ ନିଯୁକ୍ତି ଉପରେ ପ୍ରାଥମିକତା ଦେଉଛନ୍ତି। ବାଲେଶ୍ୱର ଜିଲାରେ ୩୩, ଅନୁଗୋଳ ୧୭, କଟକ ୩୫, ଗଞ୍ଜାମ ୩୭, ଜଗତ୍‌ସିଂହପୁର ୨୫, ଯାଜପୁର ୩୩, କୋରାପୁଟ ୩୪, ଖୋର୍ଦ୍ଧା ୪୦, ପୁରୀ ୨୭ ଓ ମୟୂରଭଞ୍ଜରେ ୨୬ଜଣ ଲେଖାଏ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri