Posted inଜାତୀୟ

ପୋଲିସ୍‌ କନଷ୍ଟେବଳଙ୍କ ସମେତ କ଼୍ବାର୍ଟରରୁ ସନ୍ଦିଗ୍ଧ ଅବସ୍ଥାରେ ମିଳିଲା ୫ ମୃତଦେହ

ଭାଗଲପୁର, ୧୩।୦୮: ଭାଗଲପୁର ପୋଲିସ୍‌ ଲାଇନ୍‌ର ଏକ କ଼୍ବାର୍ଟରରୁ ୫ ଟି ମୃତଦେହ ସନ୍ଦିଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି । ଯାହାକୁ ନେଇ ଆଖପାଖରେ ଭୟର ବାତାବରଣ ଖେଳି ଯାଇଛି । କ଼୍ବାର୍ଟରରୁ ଜଣେ ମହିଳା ପୋଲିସ୍‌ଙ୍କ ସମେତ ତାଙ୍କ ପରିବାରର ଅନ୍ୟ ୪ ସଦସ୍ୟଙ୍କ ମୃତଦେହ ମିଳିଛି । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ୍‌ ଡିଆଇଜି, ଏସ୍‌ଏସ୍‌ପି, ସିଟି ଏସ୍‌ପି, ସିଟି ଡିଏସ୍‌ପିଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି ।

ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଘଟଣାସ୍ଥଳରୁ ଏକ ସୁଇସାଇଡ୍‌ ନୋଟ ଜବତ କରିଛି । ଯେଉଁଥିରେ ମହିଳା କନଷ୍ଟେବଳଙ୍କ ସ଼୍ବାମୀ ଏହି ହତ୍ୟାକାଣ୍ଡ ଘଟାଇଥିବା ସ଼୍ବୀକାର କରିଛନ୍ତି। କୁହାଯାଉଛି ଯେ କନଷ୍ଟେବଳ ପତ୍ନୀ, ଦୁଇ ପିଲା ଏବଂ ତାଙ୍କ ମାଆଙ୍କୁ ହତ୍ୟା କରିବା ପରେ ଯୁବକ ଜଣକ ଦଉଡ଼ିରେ ଝୁଲି ପଡ଼ିଛନ୍ତି।

ତେବେ ଏହି ମାମଲା ସମ୍ପର୍କରେ ସୂଚନା ଦେଇ ଭାଗଲପୁର ଡିଆଇଜି ବିବେକାନନ୍ଦ କହିଛନ୍ତି ଯେ କନଷ୍ଟେବଳ ନିତୁ କୁମାରୀ, ତାଙ୍କ ଦୁଇ ସନ୍ତାନ ଏବଂ ନୀଟୁଙ୍କ ଶାଶୁଙ୍କ ମୃତଦେହ ମିଳିଛି, ଚାରିଜଣଙ୍କ ଗଳା କଟିଯାଇଛି। କିନ୍ତୁ ନିତୁଙ୍କ ସ଼୍ବାମୀଙ୍କ ମୃତଦେହ ଫାଶୀରେ ଝୁଲୁଥିବା ଅବସ୍ଥାରେ ମିଳିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ମୃତ ପରିବାରର ସମ୍ପର୍କୀୟଙ୍କୁ ସୂଚନା ଦିଆଯାଇଛି। ମୃତ ମହିଳା କନଷ୍ଟେବଳ ନିତୁ କୁମାରୀ ୨୦୧୫ରେ ପୋଲିସ୍‌ ବିଭାଗରେ ଯୋଗ ଦେଇଥିଲେ । ନିକଟସ୍ଥ ପୋଲିସ କର୍ମଚାରୀଙ୍କୁ ପଚରାଉଚରା ବେଳେ ଜଣାପଡିଛି ଯେ ସ଼୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଅନେକ ଦିନ ଧରି ଝଡ଼ା ଲାଗି ରହିଥିଲା। ଗତକାଲି ସାରେ ମଧ୍ୟ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri