ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୬ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୬ା୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ ସାହୁ ନିଖୋଜ ଘଟଣାକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ପୋଲିସ ସୋମବାର ସନ୍ଧ୍ୟାରେ ଏହି ରହସ୍ୟ ଉପରୁ ପରଦା ହଟାଇଛି। ଲୋକମାନଙ୍କ ସହାନୁଭୂତି ପାଇବା ପାଇଁ ଅଜିତ୍‌ ଏବଂ ତାଙ୍କ ସହଯୋଗୀ ଏହି ଅପହରଣ ନାଟକ ରଚି ନିଜେ ଫସିଛନ୍ତି। ଏଥିରେ ଆଉ ୩ ଜଣ ସହାୟତା କରିଛନ୍ତି। ସମସ୍ତଙ୍କୁ ଗିରଫ କରାଯାଇଥିବା ଫିରିଙ୍ଗିଆ ଥାନାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଦର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ ପ୍ରକାଶ କରିଛନ୍ତି। ଗିରଫ ଯୁବକମାନେ ହେଲେ ବ୍ଲକ ଉପାଧ୍ୟକ୍ଷ ଅଜିତ୍‌ ସାହୁ, ରତଙ୍ଗ ସମିତି ସଭ୍ୟ ବିରଞ୍ଚତ୍ ମଲିକ, ବସନ୍ତ ମଲ୍ଲିକ, ବୌଦ୍ଧ ଜିଲାର ଅଜିତ୍‌ ରଣା, ତ୍ରିଲୋଚନ ଝାଙ୍କର ଓ ଯୁକ୍ତେଶ୍ୱର ରଣା। ସେମାନଙ୍କ ପାଖରୁ କାର ଓ ବାଇକ୍‌ ଜବତ କରାଯାଇଛି।
ଉଭୟ କଥାବାର୍ତ୍ତା ହୋଇ ଏକ ନାଟକ ରଚିଥିଲେ। ମାଓବାଦୀ ସେମାନଙ୍କୁ ଅପହରଣ କରିଥିବା ନେଇ ଗଣମାଧ୍ୟମରେ ପ୍ରଚାର ହେବା ପରେ ସେମାନଙ୍କ ପ୍ରତି ଜନସମର୍ଥନ ବଢ଼ିବ। ଫିରିଙ୍ଗିଆ ଥାନାଧିକାରୀ ତପନ କୁମାର ନାହାକ ଘଟଣାର ତଦନ୍ତ କରି ସମସ୍ତଙ୍କୁ ଧରିଥିଲେ। ସରକାରୀ କର୍ମଚାରୀଙ୍କୁ ଭୁଲ୍‌ ଖବର ଦେବା, ଜଣକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରବର୍ତ୍ତାଇବା, ଲୋକଙ୍କୁ ଭୟଭୀତ କରିବା ଅଭିଯୋଗରେ ସେମାନଙ୍କ ନାମରେ ନଂ.୯୦/୨୩ରେ ଏକ ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, ଗତ ଶୁକ୍ରବାର ରାତିରେ ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ୍‌ ଜାଜେଶପାଙ୍ଗା ଗ୍ରାମକୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ନିଖୋଜ ହୋଇଯାଇଥିଲେ। ଏ ନେଇ ବିରଞ୍ଚତ୍ ଏବଂ ବସନ୍ତ ଫିରିଙ୍ଗିଆ ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri