Posted inଜାତୀୟ

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ପାଟନା ସିଟି ଏସ୍‌ପି ଚନ୍ଦ୍ର ପ୍ରକାଶ ୬ ଜଣଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ମୃତକଙ୍କ ମଧ୍ୟରେ ତିନିଜଣ ମହିଳା ଏବଂ ତିନି ଜଣ ପୁରୁଷ ଅଛନ୍ତି। ପାଟନା ଥାନା ନିକଟ ପାଲ ହୋଟେଲ କମ୍‌ ରେଷ୍ଟୁରାଣ୍ଟରେ ଏହି ନିଆଁ ଲାଗିଛି। ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଯୋଗୁ ଏହା ଘଟିଛି ବୋଲି କୁହାଯାଉଛି। ପୋଲିସର ସୂଚନାନୁସାରେ, ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଚିକିତ୍ସା ସମୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି।

ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀକୁ କଠିନ ପରିଶ୍ରମ କରିବାକୁ ପଡ଼ିଥିଲା। ଏହି ନିଆଁ ଲିଭାଇବା ପାଇଁ ଦୀର୍ଘଘଣ୍ଟା ସମୟ ଲାଗିଥିଲା। ଘଟଣା ପରେ ଡିଜି ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ନିଆଁକୁ ଆୟତ୍ତ କରାଯାଇଥିବା ସେ କହିଛନ୍ତି। ପ୍ରବଳ ପବନ ବହୁଥିବାରୁ ନିଆଁ ମଧ୍ୟ ଭୟାନକ ଥିଲା। ନିଆଁ ଆଖପାଖ ଅଞ୍ଚଳରେ ବ୍ୟାପି ନ ଯିବା ପାଇଁ ସତର୍କତା ଭାବରେ ବିଦ୍ୟୁତ୍‌କାଟ୍‌ କରାଯାଇଥିଲା।

ସୂଚନାଯୋଗ୍ୟ, ହୋଟେଲରେ ନିଆଁ ଲାଗିବା ପରେ ପାଟଣା ପ୍ରାଥମିକ ହସ୍ପିଟାଲରେ ୩୮ ଜଣଙ୍କ ଚିକିତ୍ସା ଚାଲିଥିବାବେଳେ ୪୫ ଜଣଙ୍କୁ ଉଦ୍ଧାର କରାଯାଇ ବାହାରକୁ ନିଆଯାଇଛି।ପାଟନାର କୋଟଓ୍ବାଲି ଥାନା ଅଧୀନରେ ଘଟିଥିବା ଏହି ଦୁର୍ଘଟଣାକୁ ନେଇ ପାଟନାରେ ଦୀର୍ଘ ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri