ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ କୁବେରା ପଞ୍ଚାୟତରେ ପରିସ୍ଥିତି ଉଦ୍‌ବେଗଜନକ ହୋଇଛି। ବନ୍ୟା ଯୋଗୁ ଉଭୟ ପଞ୍ଚାୟତର ୬ ହଜାରରୁ ଊଉଦ୍ଧର୍‌ବ ଲୋକ ପାଣି ଘେରରେ ଥିବା ଜଣାଯାଇଛି। ଖବର ପାଇ ରବିବାର ସକାଳେ ବିଡିଓ ଜ୍ୟୋତିର୍ମୟ କର ସେହି ୨ଟି ପଞ୍ଚାୟତକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। କୁବେରା ପଞ୍ଚାୟତର ଦେଉଳା, ରହଣିଆସାହି, ବାରିକପୁର, କଷଟି, ବାରିକପୁର, ମାଙ୍କଡକୋଲା, ଦେଉଳା ଜେନାସାହି ଏବଂ ବିଲଣା ପଞ୍ଚାୟତର ବିଲଣା, ମିରିପୁର, ଲଞ୍ଜାତରା ପ୍ରମୁଖ ଗ୍ରାମ ପାଣି ଘେରରେ ରହିଥିବା ଜଣାଯାଇଛି। ଗ୍ରାମ ରାସ୍ତା ଉପରେ ବନ୍ୟା ପାଣିର ସୁଅ ଛୁଟିଛି। ଯାହାଫଳରେ ଘରୁ ବାହାରି ନ ପାରି ଲୋକମାନେ ଜଳବନ୍ଦୀ ହୋଇ ରହିଛନ୍ତି। ଏହାଛଡ଼ା ଚାଷଜମିରେ ବନ୍ୟାପାଣି ମାଡ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।...

କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…

କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ...

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ...

ସାନଖେମୁଣ୍ଡିରେ ଅନାସ୍ଥାକୁ ନେଇ ରାଜନୈତିକ ଛକାପଞ୍ଝା, ନାଏବ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଦିଗପହଣ୍ଡି,୨୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ...

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri