ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମରେ ଭାଗ ନେବେ ୬ଶହ କଳାକାର

ଭବାନୀପାଟଣା,୨୯।୧୧(ଉତ୍ତମ କୁମାର ଦାଶ): ପ୍ରତିଭା ଅନୁଷ୍ଠାନ ପକ୍ଷରୁ ଶୁକ୍ରବାରଠାରୁ ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମ ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ତାରିଖ ଯାଏଁ ଚାଲିବ। ଚଳିତ ବର୍ଷ ଏହାକୁ ଜାତୀୟ ଉତ୍ସବ ଭାବେ ପାଳନ ପାଇଁ ସ୍ଥିର କରାଯାଇଛି। ଏହି ଉତ୍ସବରେ ରାଜ୍ୟ ଓ ରାଜ୍ୟ ବାହାରର ବହୁ ସାଂସ୍କୃତିକ ଓ ଲୋକନୃତ୍ୟ ଦଳ ଭାଗନେଇ ସେମାନଙ୍କର କଳା କୌଶଳ ପ୍ରଦର୍ଶନ କରିବେ।

ବିଶେଷ କରି ଆସାମର ବିହୁ ନୃତ୍ୟ, ପଶ୍ଚିମବଙ୍ଗର ହାଜିଗିରି ନୃତ୍ୟ ଚଳିତ ବର୍ଷର ମୁଖ୍ୟ ଆକର୍ଷଣ ହେବ। ଏହି ନୃତ୍ୟ ସଙ୍ଗମ କାର୍ଯ୍ୟକ୍ରମରେ ୬ଶହରୁ ଊଦ୍ଧର୍‌ବ କଳାକାର ଅଂଶଗ୍ରହଣ କରିବେ। ସେହିପରି ଲୋକନୃତ୍ୟ ଓ ଲୋକକଳାରେ ଉଲ୍ଲେଖନୀୟ ଅବଦାନ ପାଇଁ କଳାହାଣ୍ଡି ଜିଲା ତଥା ଜିଲା ବାହାରର ବହୁ ସଫଳ କଳାକାରଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯିବ। ଗୁରୁବାର ସନ୍ଧ୍ୟାରେ ଭବାନୀପାଟଣାସ୍ଥିତ ଲାଲବହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରେ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଥିଲା। ଯାହାର ସବିଶେଷ ବିବରଣୀ ପ୍ରତିଭା ଅନୁଷ୍ଠାନର ସଭାପତି ଧ୍ୟାନାନନ୍ଦ ପଣ୍ଡା, ସମ୍ପାଦକ ଚିଣ୍ଟୁ ପ୍ରସାଦ ନାଏକ, ଉପସଭାପତି ଦେବେଶ କୁମାର ସିଂହ ପ୍ରମୁଖ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri