ଆଜି ଆଉ ୬୪ଜଣଙ୍କ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୮୮୭କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬ଜଣ ଥିବା ବେଳେ କଟକରୁ ୧୨, ନୟାଗଡ଼ରୁ ୧୩, ସମ୍ବଲପୁରରୁ ୫, ପୁରୀରୁ ୨, ସୁବର୍ଣ୍ଣପୁରରୁ ୪, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢ଼େଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share